ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର ମାନ୍ୟତା ପ୍ରଦାନ କରିଛନ୍ତି। ଏହା ସହିତ ରାଜ୍ୟରେ ଏକାଧିକ ନୂଆ ପୌର ପରିଷଦ ଓ ବିଜ୍ଞପିତ ଅଞ୍ଚଳ ପରିଷଦ (NAC) ଗଠନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି।

ପବିତ୍ର ଶ୍ରୀକ୍ଷେତ୍ର ପୁରୀ ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପୁରୀ ମ୍ୟୁନିସିପାଲିଟିକୁ ମହାନଗର ନିଗମର ମାନ୍ୟତା ମିଳିଛି। ଚଳିତ ବର୍ଷ ଜୁଲାଇ ୩ ତାରିଖରେ ମୁଖ୍ୟମନ୍ତ୍ରୀ କରିଥିବା ଘୋଷଣା ଅନୁଯାୟୀ, ରାଜ୍ୟ ସରକାର ଏନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହାସହିତ ରାଜ୍ୟର ପୌର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଲୋଇସିଂହା, ଚଣ୍ଡିଖୋଲ, ଯଶୀପୁର ଓ ବସ୍ତା ଭଳି ପ୍ରମୁଖ ସହରଗୁଡ଼ିକର ମଧ୍ୟ ଉନ୍ନତିକରଣ କରାଯାଇଛି।

ଏହାପୂର୍ବରୁ ଚଳିତ ମାସ ୨୨ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟର ୧୪ଟି ଜିଲାରେ ୨୪ଟି ନୂଆ NAC ଏବଂ ୩ଟି ଜିଲ୍ଲାରେ ୫ଟି ନୂଆ ମ୍ୟୁନିସିପାଲିଟି ଗଠନ କରାଯାଇଛି। ନୂତନ NAC ତାଲିକାରେ ପାଲଲହଡ଼ା, ସିମୁଳିଆ, ସୋହେଲା, ତିହିଡ଼ି, ସାଲେପୁର, ବଡ଼ମ୍ବା, ନରସିଂହପୁର, ନର୍ଲା ଓ ବୋରିଗୁମ୍ମା ଭଳି ୨୪ଟି ଅଞ୍ଚଳ ସ୍ଥାନ ପାଇଥିବା ବେଳେ ବୈଦ୍ଧଗଡ଼, ଭଞ୍ଜନଗର, କବିସୂର୍ଯ୍ୟନଗର, ପୋଲସରା ଓ କରଞ୍ଜିଆ ଏବେଠାରୁ ମ୍ୟୁନିସିପାଲିଟି ଭାବେ କାର୍ଯ୍ୟ କରିବ। ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ସହରାଞ୍ଚଳର ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri