ପୁରୀ ବାଣ ବିସ୍ଫୋରଣ ମାମଲା: ଓଏଚ୍‌ଆର୍‌ସିରେ ପିଟିସନ୍‌

କଟକ,୩୧ା୫(କାର୍ତ୍ତିକ ସାହୁ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାକୁ ନେଇ ଓଡ଼ିଶା ମାନବିକ ଅଧିକାରୀ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ପିଟିସନ୍‌ ଶୁକ୍ରବାର ଦାୟର ହୋଇଛି। ବିସ୍ଫୋରଣରେ ମୃତକଙ୍କ ପରିବାରକୁ ପୁରୀ ଶ୍ରୀମନ୍ଦିର ପ୍ରଶାସନ ୩୦ ଲକ୍ଷ ଓ ଆହତଙ୍କୁ ପୁରୀ ଜିଲାପାଳ ୧୦ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ପ୍ରଦାନ କରିବା ନିମନ୍ତେ ଆଦେଶ ଦେବାକୁ ପିଟିସନ୍‌ରେ ଦର୍ଶାଯାଇଛି।
ମାମଲାର ବିବରଣୀ ଅନୁସାରେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ବେଳେ ଗତ ୨୯ ତାରିଖ ରାତିରେ ପୁରୀର ନରେନ୍ଦ୍ରପୋଖରୀ ପରିସରସ୍ଥ ଦେବୀଘାଟ ପାର୍ଶ୍ୱରେ ବାଣ ବିସ୍ଫୋରଣ ହୋଇଥିଲା। ଏଥିରେ ବର୍ତ୍ତମାନ ସୁଦ୍ଧା ୬ଜଣଙ୍କ ମୃତ୍ୟୁ ହୋଇଛି।
ଗୁରୁତରମାନେ ଏବେ ଏସ୍‌ସିବି, ଏମ୍‌ସ୍‌ ସମେତ କଟକ, ଭୁବନେଶ୍ୱରର ବିଭିନ୍ନ ପ୍ରମୁଖ ବେସରକାରୀ ହସ୍ପିିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ତେବେ ଶ୍ରୀମନ୍ଦିର ପ୍ରଶାସନ ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅକ୍ଷୟ ତୃତୀୟାଠାରୁ ଆରମ୍ଭ କରି ୨୧ ଦିନ ବ୍ୟାପୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ କରାଉଛନ୍ତି।
ବେଆଇନ ଭାବେ ବାଣ ଫୁଟାଇବା ହେତୁ ଏପରି ବିସ୍ଫୋରଣ ଘଟିଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ, ପୁରୀ ଟାଉନ୍‌ ଥାନା ଆଇଆଇସି, ପୁରୀ ଏସ୍‌ପି ଓ ପୁରୀ ଜିଲାପାଳଙ୍କ ଅବହେଳା ପାଇଁ ଏଭଳି ବିସ୍ଫୋରଣ ଘଟିଲା ବୋଲି ଆବେଦନକାରୀ ଆଇନଜୀବୀ ଶିବଶଙ୍କର ମହାନ୍ତି ଆବେଦନରେ ଦର୍ଶାଇଛନ୍ତି।
ଆୟୋଗ ପିଟିସନ୍‌ର ଶୁଣାଣି କରି ରାଜ୍ୟ ମୁଖ୍ୟ ଶାସନ ସଚିବ, ପୁରୀ ଜିଲାପାଳ ଓ ଅଗ୍ନିଶମ ଡିଜିଙ୍କୁ ତଦନ୍ତ କରି ରିପୋର୍ଟ ପ୍ରଦାନ ପାଇଁ ଆଦେଶ ଦିଅନ୍ତୁ ବୋଲି ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ଏଥିସହ ପୁରୀ ଏସ୍‌ପି ବିସ୍ଫୋରଣ ସଂକ୍ରାନ୍ତୀୟ ଏତଲାର ସମ୍ପୂର୍ଣ୍ଣ ବିବରଣୀ ଓ ମାମଲାର ତଦନ୍ତ ସ୍ଥିତି ସଂକ୍ରାନ୍ତରେ ଜଣାଇବାକୁ ନିର୍ଦ୍ଦେଶ ଦେବା ନିମନ୍ତେ ମଧ୍ୟ ପିଟିସନ୍‌ରେ ଦର୍ଶାଯାଇଛି। ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ, ପୁରୀ ଜିଲାପାଳ, ଅଗ୍ନିଶମ ଡିଜି ଓ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ଏଥିରେ ପକ୍ଷଭୁକ୍ତ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri