ପୁରୀ ହାଜତ ମୃତ୍ୟୁ ମାମଲା: ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯।୮: ପୁରୀ ହାଜତ ମୃତ୍ୟୁକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ବୁଧବାର ହାଇକୋର୍ଟ ଅନ୍ତ ଘଟାଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କ ମିଳିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ।
ଗତ ନଭେମ୍ବରରେ ପୁରୀ ବାସେଳୀସାହି ଥାନାରେ ଲୋକନାଥ ରୋଡ୍‌ ଅଞ୍ଚଳର କେ. ରମେଶ(୩୩)ଙ୍କୁ ମାଡ଼ ମରାଯାଇଥିଲା। ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ହେଲେ ହାଜତରେ ରମେଶଙ୍କୁ ପୋଲିସ ପିଟି ମାରିଦେଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ଏନେଇ ହାଇକୋର୍ଟରେ ପୁରୀର ଆଇନଜୀବୀ ଶରତ ରାୟଗୁରୁ ଏକ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ହାଇକୋର୍ଟ ଏହି ଘଟଣାରେ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଥିଲେ। ଜୁଲାଇ ୧୩ରେ ରାଜ୍ୟ ସରକାର ତଦନ୍ତ ସଂକ୍ରାନ୍ତ ରିପୋର୍ଟ ଦାଖଲ କରିବାର ଥିଲେ ମଧ୍ୟ ତାହା କରିପାରି ନ ଥିଲେ। ରଥଯାତ୍ରା ଯୋଗୁ ତଦନ୍ତ ରିପୋର୍ଟ ପ୍ରସ୍ତୁତିରେ ବିଳମ୍ବ ହେବାରୁ ସରକାର ଏଥିପାଇଁ ଅଧିକ ସମୟ ମାଗିଥିଲେ। ତେଣୁ ହାଇକୋର୍ଟ ପରବର୍ତ୍ତୀ ଶୁଣାଣି ଅର୍ଥାତ୍‌ ଅଗଷ୍ଟ ୧୮ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଇନଜୀବୀ ଦୀପକ ମହାପାତ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri