ପୁରୀ ଦଳାଚକଟା: ଜିଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିଶନଙ୍କ ନୋଟିସ

ପୁରୀ, ୩୦।୬: ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ ଜାରି କରିଛନ୍ତି। ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ଜବାବ ତଲବ କରିଛନ୍ତ କମିଶନ। ଏହା ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାକି ରଥଯାତ୍ରା ସଠିକ ଢଙ୍ଗରେ ସମାପନ ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି।

ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।

ବଡ଼ କାର୍ଯ୍ୟାନୁଷ୍ଠାନ  ଭାବରେ ପୁରୀର ଉଭୟ ଜିଲାପାଳ ଓ ଏସପିଙ୍କୁ ବଦଳି କରାଯାଇଛି । ନୂତନ ଜିଲାପାଳ  ଭାବେ  ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ପୂର୍ବରୁ ପୁରୀ ଏସପି ଭାବରେ ବିନୀତ ଅଗ୍ରୱାଲ ଓ ଜିଲାପାଳ  ଭାବରେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କାର୍ଯ୍ଯ କରୁଥିଲେ  । ସେହିପରି DCP ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ IAS ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ଏଥିସହ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri