୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।  ପୁରୀରେ ପ୍ରବଳ ବର୍ଷା ସତ୍ତ୍ୱେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଭକ୍ତ-ଭଗବାନ ଏକାଠି ବର୍ଷାରେ ଭିଜିଛନ୍ତି।

ଏହି ନୀତି ନିର୍ଘଣ୍ଟ ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦୀରେ ପହଞ୍ଚି ଥିଲେ। ପରେ ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ। ଦାରୁ ଦିଅଁଙ୍କ ସ୍ପତନ୍ତ୍ର ନୀତିକାନ୍ତି ସମାପନ ପରେ ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିଥିଲେ। ଅପରାହ୍ନରେ ଭକ୍ତଙ୍କୁ ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ଦାରୁଦିଅଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri