ସ୍ନାନବେଦୀରେ ଶ୍ରୀଜୀଉ

ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା ୩୦ରେ ମଙ୍ଗଳାର୍ପଣ କରାଯାଇଥିଲା। ପରେ ଶ୍ରୀଜୀଉଙ୍କ ପହଣ୍ଡି ନୀତିି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ସୁଦର୍ଶନ ପରେ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥ ଧାଡି ପହଣ୍ଡିରେ ଆସି ସ୍ନାନବେଦୀରେ ପହଞ୍ଚି ଥିଲେ।

ଏହାପରେ ବିଭିନ୍ନ ରୀତିନୀତି ସମ୍ପନ୍ନ ହୋଇ ପୂର୍ବାହ୍ନ ୯ଟା ୩୦ରେ ଜଳବିଜେ ଓ ପୂଜା, ସ୍ନାନ ଇତ୍ୟାଦି ସମ୍ପାଦନ ହେବ। ମଧ୍ୟାହ୍ନ ୧୨ଟା ୧୫ରୁ ୧୨ଟା ୪୫ ମଧ୍ୟରେ ଛେରାପହଁରା ଏବଂ ଗଜାନନ ବେଶ ମଧ୍ୟାହ୍ନ ୧୨ଟା ୪୫ରୁ ଅପରାହ୍ନ ୨ଟା ୩୦ରେ ସମ୍ପନ୍ନ ହେବ। ସାହାଣମେଲା ଦର୍ଶନ ସନ୍ଧ୍ୟା ୬ରୁ ରାତ୍ର ୯ଟା ୩୦ ପର୍ଯ୍ୟନ୍ତ ଚାଲିବ। ୧୦ଟାରୁ ରାତି ଗୋଟାଏ ମଧ୍ୟରେ ବାହୁଡ଼ା ପହଣ୍ଡି ସରିବା ପରେ ୧ଟା ୩୦ରେ ସୁନାଚିତା ଓ ରାହୁରେଖା ମଇଲମ କରାଯିବ।

ଅନ୍ୟପକ୍ଷେ ପୁରୀ ସହରରେ ୫ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩ଜଣ କମାଣ୍ଡାଣ୍ଟ, ୧୧ଜଣ ଅତିରିକ୍ତ ଏସ୍‌ପି, ୨୧ ଡିଏସ୍‌ପି, ୫୦ରୁ ଊର୍ଦ୍ଧ୍ୱ ଇନ୍ସପେକ୍ଟର, ୨୭୦ରୁ ଊର୍ଦ୍ଧ୍ୱ ଏସ୍‌ଆଇ ଓ ଏଏସ୍‌ଆଇ, ୧ ହଜାର କନଷ୍ଟେବଳ ଓ ହୋମଗାର୍ଡଙ୍କ ସହ ୫୨ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri