ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସିଲ୍‌

ପୁରୀ ଅଫିସ,୨୬।୭: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା। ହସ୍ପିଟାଲର ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆଇସିୟୁକୁ ସାମୟିକଭାବେ ବନ୍ଦ କରି ଦିଆଯାଇଛି । ସମ୍ପୃକ୍ତ ରୋଗୀଙ୍କୁ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିବାବେଳେ ଆଇସିୟୁରେ ଥିବା ଆଉ ୩ ରୋଗୀ, ଡ୍ୟୁଟି କରିଥିବା ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ କରୋନା ଟେଷ୍ଟ ପାଇଁ ସ୍ବାବ୍‌ ସଂଗ୍ରହ କରାଯାଇଛି। ଏଥିସହ ଅନ୍ୟ ୩ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଆଇସିୟୁରେ ଡ୍ୟୁଟି କରିଥିବା ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀ କ୍ବାରାଣ୍ଟାଇନରେ ରହିଛନ୍ତି। ଆଇସିୟୁକୁ ସାନିଟାଇଜ କରାଯାଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ମାତ୍ର ୬ଟି ବେଡ୍‌ ରହିଛି। ବର୍ତ୍ତମାନ ଆଇସିୟୁ ସିଲ୍‌ ହେବା ପରେ ଯଦି କୌଣସି ରୋଗୀ ଗୁରୁତର ହୁଅନ୍ତି ତେବେ ସେମାନଙ୍କୁ ଆଇସିୟୁ ସେବା ମିଳିପାରିବ ନାହିଁ।

ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟ ଚିକିତ୍ସାଳୟର ଅବସ୍ଥାପିତ ଜଣେ ଅଧିକାରୀଙ୍କ ସମ୍ପର୍କୀୟ କିଛିଦିନ ତଳେ ପଶ୍ଚିମବଙ୍ଗରୁ ଫେରିଥିଲେ। ତାଙ୍କ ଦେହ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେତେବେଳେ ତାଙ୍କର କରୋନା ଟେଷ୍ଟ ହୋଇ ନ ଥିବା କୁହାଯାଉଛି। ଦୁଇଦିନ ତଳେ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ତାଙ୍କ ଚିକିତ୍ସା କରିଥିଲେ। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଆଇସିୟୁରେ ଡ୍ୟୁଟି କରିଥିବା ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟକର୍ମୀ ଭୟଭୀତ ହୋଇପଡ଼ିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ପ୍ରକାର ଭୟର ବାତାରବଣ ଖେଳିଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କୁ କୋଭିଡ୍‌ ହସ୍ପିଟାଲ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri