ପୁରୀ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୧୪କୁ ବୃଦ୍ଧି

କଟକ, ୩।୬(ଶିଳ୍ପା ପ୍ରିୟଦର୍ଶିନୀ/ଅଜିତ୍‌ କୁମାର ମହାନ୍ତି): ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୪ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ତେବେ ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ମୃତକଙ୍କ ସଂଖ୍ୟା ୧୩ଥିବା ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା। ପରବର୍ତ୍ତୀ ସମୟରେ କଟକ ଏସ୍‌ସିବିରେ ଚିକିତ୍ସିତ ହେଉଥିବା ପାଞ୍ଚଜଣ ଆହତଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ପୁରୀ ତଳନୂଆ ସାହି ଗୋଲପକା ବସ୍ତିର ସୋମନାଥ ବେହେରା(୧୪)। ମୃତକଙ୍କ ଶରୀର ୬୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ପ୍ଲାଷ୍ଟିକ୍‌ ସର୍ଜରି ବିଭାଗ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୯ ତାରିଖରେ ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଆତସବାଜି କାର୍ଯ୍ୟକ୍ରମ ଚାଲିଥିଲା। ଫୁଟାଯିବା ପାଇଁ ଗୋଟିଏ ସ୍ଥାନରେ ଗଦା ହୋଇ ରହିଥିବା ବାଣରେ ନିଆଁ ଲାଗିବାରୁ ତାହା ଭୟଙ୍କର ରୂପ ନେଇଥିଲା। ଏହି ବିସ୍ଫୋରଣରେ ପ୍ରଥମେ ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ପରେ ଅର୍ଥାତ୍‌ ଶୁକ୍ରବାର ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶନିବାର ଆଉ ୪ଜଣ ଆଖିବୁଜିଥିଲେ।

ପୁରୀ ବାଣ ବିସ୍ଫୋରଣ ଘଟଣାରେ କୁମ୍ଭାରପଡ଼ା ଥାନା ପୋଲିସ ନିମାପଡ଼ା ବ୍ଲକ ଚାରିଛକ ଓ ଗୋପ ଥାନା ଅଞ୍ଚଳର ୪ଜଣ ବାଣ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାସ୍ଥଳରେ ବାଣ ଫୁଟାଉଥିବା ବ୍ୟକ୍ତିଙ୍କୁ ସମ୍ପୃକ୍ତ ବ୍ୟବସାୟୀମାନେ ବାଣ ଯୋଗାଇଥିବା ପୋଲିସ କହିଛି। ତେବେ ଅଟକ ଥିବା ବ୍ୟବସାୟୀମାନଙ୍କ ନାମ ପୋଲିସ ପକ୍ଷରୁ ପ୍ରକାଶ କରାଯାଇନାହିଁ। ବିନା ଅନୁମତିରେ ବାଣ ଫୁଟାଇବା ଏବଂ ଉକ୍ତ ଅଘଟଣକୁ ନେଇ ପୋଲିସ ନିଜ ଆଡୁ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ସୂଚନାଯୋଗ୍ୟ, ଗତ ୨୯ ତାରିଖରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀ ନିକଟରେ ବାଣ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ରବିବାର ସୁଦ୍ଧା ୧୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ବ୍ୟକ୍ତି ଗୁରୁତର ଅବସ୍ଥାରେ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?