ଦିବ୍ୟାଙ୍ଗଙ୍କୁ ସ୍ବାବଲମ୍ବୀ କରାଇବାରେ ପୁରୀ ଆଗୁଆ

ପୁରୀ ଅଫିସ, ୨ା୧୨: ପୁରୀ ଜିଲା ପ୍ରଶାସନ ପକ୍ଷରୁ ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା କାର୍ଯ୍ୟକାରୀ ହେଉଛି। ଜିଲାର ଦିବ୍ୟାଙ୍ଗମାନେ କିପରି ଆତ୍ମନିର୍ଭରଶୀଳ ହେବେ ସେଥିଲାଗି ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଅନେକ ଦିବ୍ୟାଙ୍ଗ ସ୍ବାବଲମ୍ବୀ ହୋଇ ନିଜ ପରିବାର ମୁହଁରେ ଖୁସି ବାଣ୍ଟିିପାରୁଛନ୍ତି। ଜିଲା ପ୍ରଶାସନର ଏଭଳି ମହତ କାର୍ଯ୍ୟକୁ ସଫଳତା ମିଳିଛି। ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ଭୁବନେଶ୍ୱରରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ବେଷ୍ଟ ଏମ୍ପ୍ଲୋର ବିଭାଗରେ ପୁରୀ ଜିଲାକୁ ପୁରସ୍କୃତ କରାଯିବ। ଏଥିପାଇଁ ସରକାରଙ୍କ ପକ୍ଷରୁ ପୁରୀ ଜିଲାପାଳଙ୍କୁ ନିମନ୍ତ୍ରଣ କରାଯାଇଛି।
ସୂଚନାଯୋଗ୍ୟ, ପୁରୀ ଜିଲାରେ ଦିବ୍ୟାଙ୍ଗମାନଙ୍କ ଜୀବନ ଜୀବିକା ସଜାଡ଼ିବା ପାଇଁ ଜିଲା ପ୍ରଶାସନ ‘ଫୁଲ’ ଯୋଜନା କାର୍ଯ୍ୟକାରୀ କରିଛି। ଏହା ମାଧ୍ୟମରେ ପ୍ରାଥମିକ ପର୍ଯ୍ୟାୟରେ ଜିଲାର ୧ହଜାର ଦିବ୍ୟାଙ୍ଗଙ୍କୁ ତାଲିମ ଦିଆଯିବା ସହ ଷ୍ଟେଟ ବ୍ୟାଙ୍କ୍‌ ମାଧ୍ୟମରେ ପ୍ରାୟ ୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଜିଲା ପ୍ରଶାସନର ୫-ଟି ସେଲ୍‌ରେ ୬ଜଣ ଦିବ୍ୟାଙ୍ଗ ମହିଳାଙ୍କୁ ନିଯୁକ୍ତି ଦିଆଯାଇଛି। ଓଡ଼ିଶାର ପ୍ରଥମ କରି ଦିବ୍ୟାଙ୍ଗମାନଙ୍କ ଦ୍ୱାରା ପରିଚାଳିତ କଲେକ୍ଟରେଟ୍‌ କ୍ୟାଣ୍ଟିନ ‘ଚଟଣି’ ଖୋଲାଯାଇଛି। ଏଥିରେ ପ୍ରାୟ ୭ରୁ ଅଧିକ ଦିବ୍ୟାଙ୍ଗ ନିଯୁକ୍ତି ପାଇଛନ୍ତି। ସ୍ବର୍ଗଦ୍ୱାରରେ ସେବା ଯୋଗାଇଦେବାକୁ ୨ଜଣ ଦିବ୍ୟାଙ୍ଗ ନିୟୋଜିତ ହୋଇଛନ୍ତି। ଦିବ୍ୟାଙ୍ଗଙ୍କୁ ନେଇ ଗଠିତ ଜିଲାର ୨୩ଟି ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍ବାବଲମ୍ବୀ ହେବା ପାଇଁ ପ୍ରଶାସନ ପକ୍ଷରୁ ୧୧ ଲକ୍ଷ ୫୦ ହଜାର ଟଙ୍କା ଆର୍ଥତ୍କ ସହାୟତା ରାଶି ଦିଆଯାଇଛି ବୋଲି ପ୍ରକଳ୍ପର ପରାମର୍ଶଦାତା ସିଦ୍ଧାର୍ଥ ରାୟ କହିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ପୁରସ୍କାର ପାଇଁ ପୁରୀ ଜିଲାକୁ ଚୟନ କରାଯାଇଥିବା ଆମ ପାଇଁ ଗୌରବର କଥା। ଦିବ୍ୟାଙ୍ଗଙ୍କ ଲାଗି ଆଗକୁ ଆହୁରି ଭଲ କାମ କରିବାକୁ ଏହି ପୁରସ୍କାର ପ୍ରେରଣା ଦେବ ବୋଲି ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ଶେଖର ମହାରଣା କହିଛନ୍ତି। ଦିବ୍ୟାଙ୍ଗମାନେ କିପରି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିଲାଗି ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ଓ ସେମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଆଗକୁ ଆହୁରି ଏକାଧିକ ଯୋଜନା କାର୍ଯ୍ୟକାରୀ କରାଯିବ ବୋଲି ମହାରଣା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri