କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା ୧୫ ମିନିଟ୍‌ରେ ଟ୍ରେନ୍‌ଟି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲା ଭାଜପା ସଭାପତି ଶିବ ମୁଦୁଲିଙ୍କ ସମେତ ଶତାଧିକ ବୁଦ୍ଧିଜୀବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ରହି ଟ୍ରେନ୍‌କୁ ଭବ୍ୟ ସ୍ବାଗତ ଜଣାଇଥିଲେ। ପରେ ସକାଳ ୯ଟା ୩୦ ମିନିଟ୍‌ରେ ଟ୍ରେନ୍‌ ପୁରୀ ଅଭିମୁଖେ ଯାତ୍ରା କରିଛି। ଏହି ଅବସରରେ ଷ୍ଟେଶନ ପରିସରରେ ଉତ୍ସବମୁଖର ପରିବେଶ ଦେଖିବାକୁ ମିଳିଥିଲା। ବିଧାୟକ ରଘୁରାମ ମାଛ କହିଥିଲେ ଯେ, ଦୀର୍ଘ ଦିନ ଧରି ଅଞ୍ଚଳବାସୀ ପୁରୀ-କୋରାପୁଟ ସିଧାସଳଖ ରେଳ ସେବା ଦାବି କରି ଆସୁଥିଲେ। ଏହି ସ୍ବତନ୍ତ୍ର ଟ୍ରେନ ଚଳାଚଳ ଆରମ୍ଭ ହେବା ଫଳରେ ସାଧାରଣ ଯାତ୍ରୀଙ୍କ ସହ ଧାର୍ମିକ, ଶିକ୍ଷା ଓ ବାଣିଜ୍ୟିକ କ୍ଷେତ୍ରରେ ମଧ୍ୟ ବେଶ ଉପକାର ମିଳିବ। ଏହା ଦକ୍ଷିଣ ଓଡ଼ିଶାର ଲୋକଙ୍କ ପାଇଁ ଏକ ଐତିହାସିକ ସଫଳତା ବୋଲି ସେ ମତ ପ୍ରକାଶ କରିଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?