ପୁରୀରେ ଚାଞ୍ଚଲ୍ୟ: ପଇଡ଼ ତୋଳାକୁ ନେଇ ଘରେ ପଶି ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପୁରୀ, ୧୬।୫( ଅଜିତ୍‌ କୁମାର ମହାନ୍ତି): ପୁରୀ ସହରରେ ଗୁରୁବାର ବିଳମ୍ବିତ ହତ୍ୟାକାଣ୍ଡ ଘଟିଛି। କାହାକୁ ନେଇ ପୁରୀରେ ଏକ ଆଲୋଡ଼ିନ ସୃଷ୍ଟି କରିଛି । ଆଉ କିଛି ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଥିବା ବେଳେ ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ସାଧାରଣରେ ଅସନ୍ତୋଷ ଦେଖିବାକୁ ମିଳିଛି। ବସେଲି ସାହି ଥାନା ଅର୍ନ୍ତଗତ ମଶାଣିଚଣ୍ଡୀ ମନ୍ଦିର ନିକଟରେ ଏହି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ନରସିଂହ ଓରଫ କୁନା ବେହେରାକୁ ଦୁର୍ବୃତ୍ତମାନେ ବିଭତ୍ସ ଭାବେ ହତ୍ୟା କରିଛନ୍ତି । ତେବେ ପୋଲିସ ହତ୍ୟାକାଣ୍ଡ ଘଟଣାରେ ଦୁଇଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ଦିଆଯାଇଛି । ଅଟକ ଦୁଇ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ପୁରୀ ସିଟି ଡିଏସପିଙ୍କ ସୂଚନା ଦେଇଛନ୍ତି।

ତେବେ ମୃତ କୁନା ବେହେରା ମଶାଣିଚଣ୍ଡୀ ପରିଚାଳନା ସମିତିର ସମ୍ପାଦକ ଅଟନ୍ତି। ଗୁରୁବାର
ବିଳମ୍ବିତ ରାତ୍ରରେ କୁନା ବେହେରା ଶୋଇଥିବା ବେଳେ ଘରେ ପଶି ଲିପୁନୁ ଦାସ ଓ କାର୍ତ୍ତିକ ବେହେରା ଓ ତାର କିଛି ସହଯୋଗୀ ମାରଣାସ୍ତ୍ରରେ ହତ୍ୟା କରିଛନ୍ତି। କାନ୍ଥରେ ଚଢି ଘର ଭିତରକୁ ପଶି ଲଙ୍କାଗୁଣ୍ଡ ପକାଇ ମାରଣାସ୍ତ୍ରରେ ହତ୍ୟା କରିଛନ୍ତି। ପଇଡ ତୋଳାକୁ ନେଇ ହତ୍ୟା ହୋଇଥିବା ପୁରୀ ସିଟି ଡିଏସପି ପ୍ରଶାନ୍ତ ସାହୁ ସୂଚନା ଦେଇ କହିଚନ୍ତି । ଅପରପକ୍ଷରେ ଦୀର୍ଘବର୍ଷ ଧରି ନରସିଂହ ଓରଫ ମୃତକ କୁନା ବେହେରାଙ୍କ ସ୍ତ୍ରୀ ଓ ତାଙ୍କ ପରିବାର ସହ ସମ୍ପର୍କ ନଥିଲା ବୋଲି ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି।ଏହି ହତ୍ୟା ପଛରେ ନରସିଂହର ସ୍ତ୍ରୀ ଓ ଶାଶୁର ଘର ହାତ ରହିଛି। ସେମାନଙ୍କୁ ସୁପାରି ଦେଇ ହତ୍ୟା କରାଯାଇଛି ବୋଲି ମୃତ କୁନାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି। ତେବେ ତଦନ୍ତ ପରେ ପ୍ରକୃତ ସତ୍ୟ ଜଣା ପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri