ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ଶେଷସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ପାଇଁ ଟେଣ୍ଡର

ଭୁବନେଶ୍ୱର,୧୫ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ଼ ଜିଲା ଗସ୍ତ ସମୟରେ ଜନସାଧାରଣଙ୍କଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସମ୍ପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଶୁକ୍ରବାର ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ପୁରୀ ପୌରପାଳିକା ଜମି ସମସ୍ୟା ସମ୍ପର୍କରେ ୫-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ୱାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍‌ ସର୍ତ୍ତାବଳୀ ଅନୁଯାୟୀ, ଦିଆଯାଇଥିବା ଲିଜଗୁଡ଼ିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଜିଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ୍‌ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍‌ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍‌ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନଗୁଡ଼ିକ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ ପାଇଁ ବି ନିଷ୍ପତ୍ତି ହୋଇଛି।

ସେହିପରି ନୟାଗଡ଼ ଜିଲାର ମଞ୍ଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା। ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଞ୍ଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?