୩ ରଥର ପ୍ରଥମ ଭୂଇଁ ନିର୍ମାଣ ଶେଷ

ପୁରୀ ଅଫିସ ୧୫।୬: ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ ଚାଲିଥିବାବେଳେ ୪୪ଟି ଯୋଖା ତିନିରଥର ଚାରିପାଶର୍‌ବ କୋଣରେ ଫିଟିଙ୍ଗ ସମ୍ପୂର୍ଣ୍ଣ ହେବାପରେ ମଙ୍ଗଳାବାର ପ୍ରଥମ ଭୂଇଁ ନିର୍ମାଣ ସରିଛି। ପ୍ରଥମ ଭୂଇଁ ନମ୍ବରିଂ ପରେ ଖୋଲାଯାଇ ସାଇତା ଯିବ। ପରେ ୪- ନାହାକାରେ ପ୍ରଥମ ଭୂଇଁ ଫ୍ରେମ ସଂଯୋଗ କରାଯାଇ ତିନି ରଥରେ ୧୪ ନାହାକା ସେଟିଂ କରାଯିବ। ଏହି ପ୍ରଥମ ଭୂଇଁ ୬ଟି ଓରା ଏବଂ ୪ଟି ଖମ୍ବୀ ସଂଯୋଗ ହୋଇ ଚାରି ପାଶର୍‌ବରେ ୨୪ଟି ପାଖୁଡ଼ା ଏବଂ ୧୬ଟି ଛିଆଣ ପାଖୁଡାକୁ ଧରି ରଖିବା ପାଇଁ ୨୪ଟି ଭୂଇଁ ଖମ୍ବୀ ଚାରି ପାଶର୍‌ବରେ ସଂଯୋଗ ହୋଇଛି। ଏଥିସହ ଭୂଇଁର ମଧ୍ୟ ଭାଗରେ କନକ ମୁଣ୍ଡି ପାଇଁ କନକ ମୁଣ୍ଡି ପଟା ଚାରି ଗୋଟି ବର୍ଗାକାର ଭାବେ ସେଟିଂ ହୋଇଛ। ଏତଦ୍‌ବ୍ୟତୀତ ତିନିରଥର ୮ଟି ଲେଖାଏ ଗାରେଡି ସାରି ତିନି ରଥର ୪ଟି ଲେଖାଏ ଅଁଳା ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି । ତିନିରଥର ରୂପକାର ସେବକମାନେ ରଥର ସିଂହାସନରେ କୁମ୍ଭ, ଡାଳି ଲତା, ପଦ୍ମ ପାଖୁଡ଼ା ଖୋଦେଇର ପଲିସ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତିନିରଥର ଦୁଆର ବେଢ଼ା ପାଇଁ ନାଟ ଗୋଡ଼ରେ ଗନ୍ଧର୍ବ ରୂପ ଖୋଦେଇ ଜାରୀ ରଖିଛନ୍ତି । ଦୋଳବେଦୀସ୍ଥିତ ଅସ୍ଥାୟୀ କମାର ଶାଳରେ ତିନିରଥର ଭୂଇଁ ନିର୍ମାଣ ପାଇଁ ବିଡିଆ କଣ୍ଟା, ପୋଟଳ ପାଇଁ ବାଗିଆ କଣ୍ଟା ନିର୍ମାଣ ସହ ୧୩ ପରସ୍ତ ପୋଟଳ ଉପରେ ନଦା କଣ୍ଟା ଓଝା ସେବକମାନେ ନିର୍ମାଣ ଜାରୀ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri