୩ ରଥର ପ୍ରଥମ ଭୂଇଁ ନିର୍ମାଣ ଶେଷ

ପୁରୀ ଅଫିସ ୧୫।୬: ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ ଚାଲିଥିବାବେଳେ ୪୪ଟି ଯୋଖା ତିନିରଥର ଚାରିପାଶର୍‌ବ କୋଣରେ ଫିଟିଙ୍ଗ ସମ୍ପୂର୍ଣ୍ଣ ହେବାପରେ ମଙ୍ଗଳାବାର ପ୍ରଥମ ଭୂଇଁ ନିର୍ମାଣ ସରିଛି। ପ୍ରଥମ ଭୂଇଁ ନମ୍ବରିଂ ପରେ ଖୋଲାଯାଇ ସାଇତା ଯିବ। ପରେ ୪- ନାହାକାରେ ପ୍ରଥମ ଭୂଇଁ ଫ୍ରେମ ସଂଯୋଗ କରାଯାଇ ତିନି ରଥରେ ୧୪ ନାହାକା ସେଟିଂ କରାଯିବ। ଏହି ପ୍ରଥମ ଭୂଇଁ ୬ଟି ଓରା ଏବଂ ୪ଟି ଖମ୍ବୀ ସଂଯୋଗ ହୋଇ ଚାରି ପାଶର୍‌ବରେ ୨୪ଟି ପାଖୁଡ଼ା ଏବଂ ୧୬ଟି ଛିଆଣ ପାଖୁଡାକୁ ଧରି ରଖିବା ପାଇଁ ୨୪ଟି ଭୂଇଁ ଖମ୍ବୀ ଚାରି ପାଶର୍‌ବରେ ସଂଯୋଗ ହୋଇଛି। ଏଥିସହ ଭୂଇଁର ମଧ୍ୟ ଭାଗରେ କନକ ମୁଣ୍ଡି ପାଇଁ କନକ ମୁଣ୍ଡି ପଟା ଚାରି ଗୋଟି ବର୍ଗାକାର ଭାବେ ସେଟିଂ ହୋଇଛ। ଏତଦ୍‌ବ୍ୟତୀତ ତିନିରଥର ୮ଟି ଲେଖାଏ ଗାରେଡି ସାରି ତିନି ରଥର ୪ଟି ଲେଖାଏ ଅଁଳା ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି । ତିନିରଥର ରୂପକାର ସେବକମାନେ ରଥର ସିଂହାସନରେ କୁମ୍ଭ, ଡାଳି ଲତା, ପଦ୍ମ ପାଖୁଡ଼ା ଖୋଦେଇର ପଲିସ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତିନିରଥର ଦୁଆର ବେଢ଼ା ପାଇଁ ନାଟ ଗୋଡ଼ରେ ଗନ୍ଧର୍ବ ରୂପ ଖୋଦେଇ ଜାରୀ ରଖିଛନ୍ତି । ଦୋଳବେଦୀସ୍ଥିତ ଅସ୍ଥାୟୀ କମାର ଶାଳରେ ତିନିରଥର ଭୂଇଁ ନିର୍ମାଣ ପାଇଁ ବିଡିଆ କଣ୍ଟା, ପୋଟଳ ପାଇଁ ବାଗିଆ କଣ୍ଟା ନିର୍ମାଣ ସହ ୧୩ ପରସ୍ତ ପୋଟଳ ଉପରେ ନଦା କଣ୍ଟା ଓଝା ସେବକମାନେ ନିର୍ମାଣ ଜାରୀ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୨ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri