ଶ୍ରୀମନ୍ଦିରରେ ଦୁଇ ସେବାୟତ ହାତାହାତି

ପୁରୀ, ୧୩ା୩(ଅଜିତ୍‌ ମହାନ୍ତି)- ଶ୍ରୀମନ୍ଦିରରେ ବୁଧବାର ସକାଳେ ଦୁଇଜଣ ସେବାୟତ ପାଳିକୁ ନେଇ ହାତାହାତି ହୋଇଛନ୍ତି। ଶ୍ରୀମନ୍ଦିର ପରିସରସ୍ଥ ବିମଳାଙ୍କ ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ଏହାକୁ ନେଇ ଭକ୍ତମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ସୂଚନା ଅନୁଯାୟୀ, ପାଳି ଖଟିବାକୁ ନେଇ ସେବାୟତ ଶ୍ୟାମ ପଣ୍ଡା ଓ ନରସିଂହ ପଣ୍ଡାଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ପ୍ରଥମେ ଉଭୟଙ୍କ ମଧ୍ୟରେ ବଚସା ଓ ପରେ ମାରପିଟ୍‌ ହୋଇଥିଲା। ଦୁହେଁ ପରସ୍ପରକୁ ଆକ୍ରମଣ କରିଥିଲେ। ଏଥିରେ ଉଭୟ ଆହତ ହୋଇଥିବା ଜଣାପଡ଼ିଛି। ଶ୍ୟାମଙ୍କ ଆଖି ଓ ଛାତିରେ କ୍ଷତ ସୃଷ୍ଟି ହୋଇଛି। ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ମାର୍‌ପିଟ୍‌ ନେଇ ଖବର ପାଇବା ପରେ ପୋଲିସ ଉଭୟ ସେବାୟତଙ୍କୁ ପ୍ରଥମେ ସିଂହଦ୍ୱାର ଥାନାକୁ ଆଣି ପଚରାଉଚରା କରିଥିଲା। ପରେ ଦୁହିଁଙ୍କୁ ଚିକିତ୍ସା ପାଇଁ ପଠାଯାଇଥିଲା। ଅପରପକ୍ଷରେ ଉଭୟ ସେବାୟତଙ୍କ ପକ୍ଷରୁ ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏ ନେଇ ୨୭/୨୪ ଏବଂ ୨୮/୧୪ ରେ ଦୁଇଟି ପୃଥକ ମାମଲା ରୁଜୁ କରାଯାଇଛି। ପୋଲିସ ପକ୍ଷରୁ ଉଭୟ ସେବାୟତଙ୍କୁ ନୋଟିସ୍‌ ଜାରି କରାଯାଇଥିବା ନେଇ ସିଂହଦ୍ୱାର ଥାନା ଅଧିକାରିଣୀ ଶ୍ୱେତପଦ୍ମା ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri