୧୬ ମାସରେ ସରିବ ପୁରୀ ରେଳଷ୍ଟେଶନ କାମ

ପୁରୀ ଅଫିସ, ୧୭ା୪: କେନ୍ଦ୍ର ରେଳ ଓ ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜର୍ଦ୍ଦୋଶ ରବିବାର ପୁରୀ ଗସ୍ତରେ ଆସି ରେଳଷ୍ଟେଶନ ନିରୀକ୍ଷଣ କରିବା ସହିତ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୁରୀ ରେଳଷ୍ଟେଶନରେ ଶ୍ରୀମନ୍ଦିର ଛାପ ରହିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ୧୬୧ କୋଟି ଟଙ୍କା ବ୍ୟୟରେ ଏହି ପୁନର୍ବିକାଶ କାର୍ଯ୍ୟ ହେଉଛି ଏବଂ ଆଗାମୀ ୧୬ ମାସ ମଧ୍ୟରେ କାମ ଶେଷ ହେବ ବୋଲି ଜର୍ଦ୍ଦୋଶ କହିଛନ୍ତି।
ଜର୍ଦ୍ଦୋଶ ପୁରୀ ରେଳଷ୍ଟେଶନ ନିରୀକ୍ଷଣ ସମୟରେ ଯାତ୍ରୀଙ୍କ ମୌଳିକ ସୁବିଧା ତଥା ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ମୌଳିକ ସୁବିଧାଗୁଡ଼ିିକ ଯେପରି ସମସ୍ତ ବର୍ଗର ଯାତ୍ରୀ, ବିଶେଷଭାବେ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକଙ୍କୁ ସହାୟକ ହୋଇପାରିବ, ସେଥିପ୍ରତି ଧ୍ୟାନ ଦେବାକୁ ରେଲଓ୍ବେ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି। ଆରାମଦାୟକ ଯାତ୍ରା ପାଇଁ ଷ୍ଟେଶନ ପୁନର୍ବିକାଶ କାର୍ଯ୍ୟ ସହିତ ବିଶେଷତଃ ଗରିବ ଓ ସ୍ବଳ୍ପ ଆୟ ବର୍ଗର ଯାତ୍ରୀଙ୍କୁ ସୁହାଇଲା ଭଳି ସେବା ଉପଲବ୍ଧ କରାଇବାକୁ ସେ ଅଧିକାରୀମାନଙ୍କୁ କହିଛନ୍ତି। ଯାତ୍ରୀଙ୍କ ସୁବିଧା ପାଇଁ ବିସ୍ତୃତ ଚଳପ୍ରଚଳ ସ୍ଥାନ, ପ୍ଲାଟଫର୍ମ, ଆଲୋକୀକରଣ, ଯାତ୍ରୀ ପ୍ରତୀକ୍ଷା କକ୍ଷ, ଶୌଚାଳୟ, ଏସ୍କାଲେଟର, ଲିଫ୍ଟ ଇତ୍ୟାଦିର ଉପଲବ୍ଧି ଉପରେ ମଧ୍ୟ ପ୍ରାଥମିକତା ଦେବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଉନ୍ନତ ପ୍ରକଳ୍ପ କାର୍ଯ୍ୟକାରୀ ପ୍ରଣାଳୀ ପାଇଁ ରେଳପଥ ଅଧିକାରୀମାନଙ୍କୁ ରେଳରାଷ୍ଟ୍ର ମନ୍ତ୍ରୀ ପ୍ରଶଂସା କରିଥିଲେ। ସମୀକ୍ଷା ବୈଠକରେ ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳର ମଣ୍ଡଳ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସମେତ ପୂର୍ବତଟ ରେଳପଥ ମୁଖ୍ୟାଳୟ ଓ ରେଳମଣ୍ଡଳର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?