ନୂଆ ରୂପ ପାଇବ ପୁରୀ ରାଜଭବନ

ପୁରୀ ଅଫିସ,୧୮।୧: ଆସନ୍ତା ରଥଯାତ୍ରା ପୂର୍ବରୁ ପୁରୀ ରାଜଭବନ ନୂଆ ରୂପ ପାଇବ। ଗତ ଫନୀ ମହାବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଐତିହାସିକ ପୁରୀ ରାଜଭବନର ସଂରକ୍ଷଣ ଓ ପୁନରୁଦ୍ଧାର ପାଇଁ ଏବେ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପୁରୀ ଗସ୍ତରେ ଆସି ରାଜଭବନ ପୁନଃନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି। ଏହି ପୁନଃନିର୍ମାଣ କାର୍ଯ୍ୟ ପାଇଁ ୨.୯ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଛି। ଆସନ୍ତା ୪ ମାସ ମଧ୍ୟରେ ଏହା ପ୍ରସ୍ତୁତ ହେବ ବୋଲି ସୂଚନା ମିଳିଛି। ଏହି ଅବସରରେ ସ୍ଥାନୀୟ ସର୍କିଟ ହାଉସଠାରେ ପ୍ରଶାସନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯାଇଥିଲା। ଶିଳାନ୍ୟାସ ପରେ ରାଜ୍ୟପାଳ କହିଛନ୍ତି, ପୁରୀରେ ଫନୀ ଲ୍ୟାଣ୍ଡଫଲ୍‌ କରିବା ପରେ ରାଜଭବନ କ୍ଷତିଗ୍ରସ୍ତ ହୋଇଥିଲା। ମୁଁ ପରିଦର୍ଶନ କରି ଏହାର ସ୍ଥିତି ପରଖିଥିଲି। ଏବେ ଏହାର ପୁନଃନିର୍ମାଣ ଲାଗି ଶିଳାନ୍ୟାସ ହୋଇଛି। ଆସନ୍ତା ରଥଯାତ୍ରା ପୂର୍ବରୁ ରାଜଭବନ ପୁଣି ନିଜର ପୁରୁଣା କଳେବରକୁ ଫେରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ସେହିପରି ପୁରୀରେ ବିମାନ ବନ୍ଦର ନିର୍ମାଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରସ୍ତାବକୁ ରାଜ୍ୟପାଳ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ପୁରୀରେ ବିମାନ ବନ୍ଦର ପ୍ରତିଷ୍ଠା ହେଲେ ପର୍ଯ୍ୟଟନ କ୍ଷେତ୍ରରେ ପୁରୀ ସାରା ଦେଶରେ ଏକ ଅଗ୍ରଣୀ ସହରରେ ପରିଣତ ହେବ। ପର୍ଯ୍ୟଟନ ଶିଳ୍ପ ଓ ଅର୍ଥନୈତିକ ପ୍ରଗତି ପାଇଁ ପୁରୀରେ ବିମାନ ବନ୍ଦର ନିର୍ମାଣର ପ୍ରସ୍ତାବ ଅତ୍ୟନ୍ତ ଉତ୍ତମ। ସେହିଭଳି ପୁରୀରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟକୁ ସେ ପ୍ରଶଂସା କରି କହିଛନ୍ତି, ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସ୍ବାଗତଯୋଗ୍ୟ। ଶ୍ରୀକ୍ଷେତ୍ରକୁ ବିଶ୍ୱ ପର୍ଯ୍ୟଟନର ଏକ ପ୍ରମୁଖ ଅଂଶ କରିବା ପାଇଁ ରାଜ୍ୟ ସରକାରଙ୍କ ଯେଉଁ ନିରନ୍ତର ଉଦ୍ୟମ ଦରକାର ହେଉଥିଲା ସରକାର ସେ ସବୁ କରୁଛନ୍ତି ବୋଲି ରାଜ୍ୟପାଳ ପ୍ରକାଶ କରିଥିଲେ। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ସଚିବ ପ୍ରମୋଦ ମେହେର୍ଦ୍ଦା, ଜିଲାପାଳ ସମର୍ଥ ବର୍ମା, ଏସ୍‌ପି କନୱର ବିଶାଲ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri