ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ ଆକର୍ଷଣ କରିଥିଲେ। ମହାପ୍ରଭୁ ଗୋଟି ପହଣ୍ଡିରେ ରଥରୁ ସଅଳ ଆଗେଇ ଆସି ଭଉଣୀ, ଭାଇଙ୍କ ସହ ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି।

ପ୍ରଥମେ ଶ୍ରୀରାମ, ଶ୍ରୀକୃଷ୍ଣ ଓ ମଦନମୋହନ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ପରେ ପ୍ରଭୁ ସୁଦର୍ଶନ, ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଜନ୍ମବେଦିକୁ ବିଜେ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ଟାହିଆ ଲଗେଇ ଝୁଲିଝୁଲି ଗୁଣ୍ଡିଚା ବାଡିରେ ପ୍ରବେଶ କରିଥିଲେ।

ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇଉଠିଥିଲା ଶ୍ରୀକ୍ଷେତ୍ର। ପହଣ୍ଡି ସନ୍ଧ୍ୟା ପ୍ରାୟ ୮ଟାରେ ଆରମ୍ଭ ହୋଇଥିଲା। ରାତି ୧୦ଟା ୪୦ ସୁଦ୍ଧା ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁଣ୍ଡିଚା ବାଡିରେ ପ୍ରବେଶ କରିଥିଲେ। ଭକ୍ତମାନେ ରବିବାରଠାରୁ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ସୌଭାଗ୍ୟ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri