ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ ଆକର୍ଷଣ କରିଥିଲେ। ମହାପ୍ରଭୁ ଗୋଟି ପହଣ୍ଡିରେ ରଥରୁ ସଅଳ ଆଗେଇ ଆସି ଭଉଣୀ, ଭାଇଙ୍କ ସହ ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି।

ପ୍ରଥମେ ଶ୍ରୀରାମ, ଶ୍ରୀକୃଷ୍ଣ ଓ ମଦନମୋହନ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ପରେ ପ୍ରଭୁ ସୁଦର୍ଶନ, ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଜନ୍ମବେଦିକୁ ବିଜେ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ଟାହିଆ ଲଗେଇ ଝୁଲିଝୁଲି ଗୁଣ୍ଡିଚା ବାଡିରେ ପ୍ରବେଶ କରିଥିଲେ।

ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇଉଠିଥିଲା ଶ୍ରୀକ୍ଷେତ୍ର। ପହଣ୍ଡି ସନ୍ଧ୍ୟା ପ୍ରାୟ ୮ଟାରେ ଆରମ୍ଭ ହୋଇଥିଲା। ରାତି ୧୦ଟା ୪୦ ସୁଦ୍ଧା ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁଣ୍ଡିଚା ବାଡିରେ ପ୍ରବେଶ କରିଥିଲେ। ଭକ୍ତମାନେ ରବିବାରଠାରୁ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ସୌଭାଗ୍ୟ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?