‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପୁନର୍ବାର କେନ୍ଦ୍ର ସରକାରଙ୍କ ସହଯୋଗ ଲୋଡ଼ାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତଙ୍କୁ ଚିଠି ଲେଖି ପ୍ରସ୍ତାବଟିକୁ ପ୍ରାଥମିକତା ଭିତ୍ତିରେ ଆଗକୁ ବଢ଼ାଇବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ(ଏସ୍‌ଜେଟିଏ) ପକ୍ଷରୁ ରଥଯାତ୍ରାକୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ଦେବା ପାଇଁ ଆବଶ୍ୟକ ପ୍ରସ୍ତାବ ଓ ସମସ୍ତ ସହାୟକ ଦସ୍ତାବିଜ ନିର୍ଦ୍ଧାରିତ ଢାଞ୍ଚାରେ ପୂର୍ବରୁ ଦାଖଲ କରାଯାଇଛି। ବର୍ତ୍ତମାନ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ସକ୍ରିୟ ସହଯୋଗ ମିଳିଲେ ଏହି ପ୍ରସ୍ତାବକୁ ୟୁନେସ୍କୋ ନିକଟରେ ଶୀଘ୍ର ଆଗକୁ ବଢ଼ାଇବା ସମ୍ଭବ ହେବ ବୋଲି ସେ ଉଲ୍ଲେଖ କରିଛନ୍ତି। ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା କେବଳ ଏକ ଧାର୍ମିକ ଉତ୍ସବ ନୁହେଁ, ଏହା ଭାରତର ସମୃଦ୍ଧ ସଭ୍ୟତା, ସାଂସ୍କୃତିକ ବିବିଧତା, ସମାବେଶୀ ପରମ୍ପରା, ଆଧ୍ୟାତ୍ମିକ ଚେତନା, କାରିଗରି କୌଶଳ, ସଙ୍ଗୀତ, ନୃତ୍ୟ ଓ ସାମୁଦାୟିକ ଏକତାର ପ୍ରତୀକ। ଦୀର୍ଘବର୍ଷ ଧରି ପାଳିତ ହୋଇଆସୁଥିବା ଏହି ମହାପର୍ବ ପ୍ରତ୍ୟେକ ବର୍ଷ ଦେଶ ଓ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ଓ ପର୍ଯ୍ୟଟକଙ୍କୁ ପୁରୀକୁ ଆକର୍ଷିତ କରିଥାଏ ଏବଂ ଭାରତର ଜୀବନ୍ତ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ପ୍ରତୀକ ଭାବେ ପରିଚିତ। ରଥଯାତ୍ରା ୟୁନେସ୍କୋ ତାଲିକାରେ ସ୍ଥାନ ପାଇଲେ ବିଶ୍ୱ ପରିସରରେ ଭାରତର ସାଂସ୍କୃତିକ ପରମ୍ପରାର ସ୍ବୀକୃତି ଆହୁରି ସୁଦୃଢ଼ ହେବ। ଏହାସହ ଏହି ଐତିହ୍ୟର ସଂରକ୍ଷଣ, ପ୍ରଚାର ଓ ଭବିଷ୍ୟତ ପିଢ଼ି ପାଇଁ ସୁରକ୍ଷିତ ରଖିବାର ପ୍ରୟାସକୁ ମଧ୍ୟ ନୂଆ ଦିଗ ମିଳିବ। କେନ୍ଦ୍ରମନ୍ତ୍ରୀ ଏହି ପ୍ରସ୍ତାବକୁ ପ୍ରାଥମିକତା ଦେଇ ୟୁନେସ୍କୋ ସମ୍ମୁଖରେ ଆଗକୁ ନେବା ପାଇଁ ଆବଶ୍ୟକ ସହଯୋଗ ଲାଗି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହାସହ ଏନେଇ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?