ବାଟରେ ଅଟକିଲେ ତିନି ଠାକୁର

ପୁରୀ,୭ା୭: ରବିବାର ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦୁଇ ଦିନ ହେବ ରଥ ଟଣା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର।

ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ର ପରେ ମା’ ସୁଭଦ୍ରା ଏବଂ ଶେଷରେ କାଳିଆ ସାଆନ୍ତ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିଲେ। ରଥାରୂଢ଼ ୩ ଠାକୁରଙ୍କୁ ଛେରାପହଁରା କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସମସ୍ତ ନୀତିକାନ୍ତି ଶେଷ ପରେ ଅପରାହ୍ନରେ ଆରମ୍ଭ ହୋଇଥିଳା ରଥ ଟଣା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ଗଡିଥିଲା ତାଳଧ୍ବଜ ରଥ। ପରେ ମା’ ସୁଭଦ୍ରଙ୍କ ଦର୍ପଦଳନ ରଥଟଣା ହୋଇଥିଲା। ଶେଷରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥଟଣା ହୋଇଥିଲା।

ଏଥର ଦୁଇ ଦିନିଆ ରଥ ଟଣା ଯୋଗୁ ରବିବାର ଅଳ୍ପ ବାଟ ଯାଇ ଅଟକିଛନ୍ତି ଶ୍ରୀଜିଉ। ମରିଚିକୋଟ ଛକରେ ଅଟକି ରହିଛି ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ। ସେହିପରି ଶ୍ରୀକୃଷ୍ଣ ସିନେମା ହଲ ପାଖରେ ଅଟକିଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ସିଂହଦ୍ବାରଠାରୁ ମାତ୍ର ସ୍ବଳ୍ପ ଦୂରଯାଇ ଅଟକିଛି କାଳିଆ ସାଆନ୍ତଙ୍କ ନନ୍ଦିଘୋଷ। ସୋମବାର ପୁଣି ରଥଟଣା ହୋଇ ଶରଧାବାଲିରେ ପହଞ୍ଚିବ ତିନି ରଥ।

ଏହି ଅବସରରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର। ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri