୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ୩ଟି ଆଜ୍ଞାମାଳ ଆଣି ଘଣ୍ଟା, ଛତା, କାହାଳୀ ସହ ରଥଖଳାରେ ବିଜେ କରିଥିଲେ।

ପରମ୍ପରା ଅନୁଯାୟୀ, ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଆଜ୍ଞାମାଳ ପ୍ରଦାନ କରାଯାଇଥିଲା। ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା।

ବର୍ତ୍ତମାନ ଭୋଇ ସେବକମାନେ ରଥରେ ଦଉଡ଼ି଼ ସଂଯୋଗ କରିବେ। ତାଳଧ୍ୱଜ ରଥରେ ବିଜେ କାହାଳୀ ବାଜିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ତିନିରଥ ଟଣାଯିବ। ପୋଲିସ ବାହିନୀ ସହାୟତାରେ ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri