ପୁରୀ ରଥଯାତ୍ରାକୁ ମିଳିପାରେ ୟୁନେସ୍କୋ ମାନ୍ୟତା

ପୁରୀ ଅଫିସ, ୨୮ା୧୧: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଣୁ ୨୦୨୩ ପୁରୀ ରଥଯାତ୍ରାକୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ମିଳିପାରେ ବୋଲି ଆଶା ପ୍ରକାଶ ପାଇଛି। ଏନେଇ ୟୁନେସ୍କୋକୁ ସମ୍ପୂର୍ଣ୍ଣ ଚିଠା ପଠାଯିବ। ଚିଠା ପ୍ରସ୍ତୁତି ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିବାକୁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି। ଏ ସଂକ୍ରାନ୍ତ ଚିଠି ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି।
ରାଜ୍ୟ ସଂସ୍କୃତି ବିଭାଗ ଓ ପୁରୀ ଜିଲା ପ୍ରଶାସନ ପକ୍ଷରୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ପୁରୀ ରଥଯାତ୍ରାକୁ ସାମିଲ କରାଯିବା ନେଇ ଗତବର୍ଷ ଚିଠି ଦିଆଯାଇଥିଲା। ଆସନ୍ତା ୨୦୨୩ ବର୍ଷର ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ୟୁନେସ୍କୋରେ ନାମାଙ୍କନ ଦାଖଲ କରିବା ପାଇଁ ଚିଠା ପ୍ରସ୍ତୁତ ନିମନ୍ତେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିବାକୁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ କରାଯିବା ସହ କମିଟି ଲାଗି ୭ ଜଣଙ୍କ ନାମ ପ୍ରଦାନ କରାଯାଇଛି। ଉକ୍ତ ୭ଜଣଙ୍କ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟିର ୫ ଜଣ ସେବାୟତ ପ୍ରତିନିଧି ଓ ୨ଜଣ ମଠାଧୀଶ ରହିଥିବା ଜଣାପଡ଼ିଛି। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ତଥା ବରିଷ୍ଠ ସେବାୟତ ମାଧବ ଚନ୍ଦ୍ର ମହାପାତ୍ର କହିଛନ୍ତି, ଭାରତରେ ୧୩ଟି ଜିନିଷକୁ ୟୁନେସ୍କୋ ମାନ୍ୟତା ମଳିଛି। ତେଣୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚେଷ୍ଟା କରାଯାଉଛି।
ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଆସିଥିଲା, ଯେଉଁଥିରେ ଏକ କମିଟି ଗଠନ କରିବା ପାଇଁ ନିର୍ଦ୍ଦେଶ ରହିଥିଲା। କମିଟିରେ ୫ଜଣ ସେବାୟତ ପ୍ରତିନିଧି ଓ ୨ଜଣ ମଠାଧୀଶଙ୍କ ସମେତ ରାଜ୍ୟର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ରହିଛନ୍ତି। ପୁରୀ ରଥଯାତ୍ରା ସଂକ୍ରାନ୍ତ ପ୍ରାମାଣିକ ଚିତ୍ର, ସ୍ଥିର ଚିତ୍ର, ଡକ୍ୟୁମେଣ୍ଟେଶନ ଆଦି ପ୍ରଦାନ କରାଯିବ। ସରସ୍ବତୀ ପୂଜାଠାରୁ ନୀଳାଦ୍ରି ପୂଜା ପର୍ଯ୍ୟନ୍ତ ସମୟ ମଧ୍ୟରେ ପ୍ରାମାଣିକ ତଥ୍ୟ ପ୍ରଦାନ କରାଯିବ। ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ସହ ପୁରୁଣା ଐତିହ୍ୟ କିପରି ଜଡ଼ିତ ରହିଛି ସେ ନେଇ ସମସ୍ତ ପ୍ରକାର ତଥ୍ୟ ଉପସ୍ଥାପନ କରାଯିବ। ୨୦୨୩ରେ ୟୁନେସ୍କୋର ପ୍ରତିନିଧିମାନଙ୍କୁ ଡାକି ରଥଯାତ୍ରାରେ ସାମିଲ କରି ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପ୍ରଦାନ ଦିଗରେ ସରକାର କାର୍ଯ୍ୟକୁ ଆଗେଇନେବେ ବୋଲି ମହାପାତ୍ର ଆଶା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri