ପୁରୀ ରଥଯାତ୍ରା ଉପଲକ୍ଷେ ଜେଏସ୍‌ପି ଫାଉଣ୍ଡେଶନର ସେବା କାର୍ଯ୍ୟ

ଭୁବନେଶ୍ୱର,୨୩।୬ (ଅଭୟ ଦାଶ): ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସମାଜ କଲ୍ୟାଣ ସଂସ୍ଥା ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ଉପଲକ୍ଷେ ବିଭିନ୍ନ ପ୍ରକାର ସେବା କାର୍ଯ୍ୟର ଆୟୋଜନ କରାଯାଇଛି। ବିଶେଷକରି ଫାଉଣ୍ଡେଶନର ମିଶନ ଜିରୋ ହଙ୍ଗର କାର୍ଯ୍ୟକ୍ରମ ଅଧୀନରେ ବର୍ତ୍ତମାନ ସୁଦ୍ଧା ୩,୦୦,୦୦୦ରୁ ଅଧିକ ଭକ୍ତଙ୍କୁ ସତେଜ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ଏପରିକି ଫାଉଣ୍ଡେଶନର ଚେୟାରପର୍ସନ୍‌ ଶାଲୁ ଜିନ୍ଦଲଙ୍କ ମାର୍ଗଦର୍ଶନରେ ଫାଉଣ୍ଡେଶନ ପକ୍ଷରୁ ଭକ୍ତମାନଙ୍କୁ ଥଣ୍ଡା ପାନୀୟ ଜଳ ଏବଂ ଗ୍ଲୁକୋଜ ପ୍ୟାକେଟ୍‌ ମଧ୍ୟ ଯୋଗାଇ ଦିଆଯାଇଥିଲା। ସେହିଭଳି ଜିଲା ପ୍ରଶାସନ ସହ ସମନ୍ବୟ ରକ୍ଷା କରି ଜେଏସ୍‌ପି ଫାଉଣ୍ଡେଶନ ୨୦୨୩ ଜୁନ୍‌ ୧୯ ନେତ୍ରୋତ୍ସବରେ ଏହାର ସେବା କାର୍ଯ୍ୟ ଆରମ୍ଭ କରିଥିଲା। ଅପରପକ୍ଷରେ ପୁରୀ ବସ୍‌ଷ୍ଟାଣ୍ଡ ଏବଂ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ କରାଯାଇଥିବା ସ୍ବତନ୍ତ୍ର ଷ୍ଟଲ ଜରିଆରେ ୧୦୦ଜଣ ସ୍ବେଚ୍ଛାସେବୀଙ୍କ ଏକ ଟିମ୍‌ ଭକ୍ତମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରୁଛନ୍ତି, ଭକ୍ତମାନଙ୍କୁ ସଦ୍ୟ ପ୍ରସ୍ତୁତ କରାଯାଇଥିବା ପାରମ୍ପରିକ ଓଡ଼ିଆ ଭୋଜନ, ଯେଉଁଥିରେ ଅନ୍ନ, ଡାଲମା ଏବଂ ଖଟା ଭଳି ସୁଷମ ଖାଦ୍ୟ ପ୍ରଦାନ କରାଯାଉଛି। ଏହି ସେବା କାର୍ଯ୍ୟ ୨୦୨୩ ଜୁନ୍‌ ୨୯ ସୁନାବେଶ ପର୍ଯ୍ୟନ୍ତ ଚାଲୁ ରହିବ।
ଏ ସମ୍ପର୍କରେ ଜେଏସ୍‌ପି ଫାଉଣ୍ଡେଶନର ଅଧ୍ୟକ୍ଷା ଶାଲୁ ଜିନ୍ଦଲ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ କୃତଜ୍ଞତା ଜଣାଇବା ସହ କହିଛନ୍ତି, ଆମ ପାଇଁ ମାନବ ସେବା ହିଁ ଈଶ୍ବର ସେବା । ଏପରିକି ଭକ୍ତମାନଙ୍କର ସେବା କରିବାକୁ ସୁଯୋଗ ପ୍ରଦାନ କରିଥିବାରୁ ଆମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ କୃତଜ୍ଞ। ଆମର ମିଶନ୍‌ ଜିରୋ ହଙ୍ଗର କାର୍ଯ୍ୟକ୍ରମ ଜରିଆରେ ଆମେ ଯଥା ସମ୍ଭବ ଆର୍ଥିକ ଦୁର୍ବଳ ଲୋକମାନଙ୍କୁ ଖାଦ୍ୟ ଯୋଗାଇବାକୁ ଚେଷ୍ଟା କରୁଛୁ। ଆମର ଲକ୍ଷ୍ୟ ହେଉଛି, ରଥଯାତ୍ରାରେ ଭାଗନେବାକୁ ଆସି କେହି ଭୋକିଲା କିମ୍ବା ଶୋଷିଲା ନ ରୁହନ୍ତୁ। ରଥଯାତ୍ରା ଦିନ ବଡ଼ଦାଣ୍ଡରେ ଫାଉଣ୍ଡେଶନ ପକ୍ଷରୁ ୫୦୦୦ଗ୍ଲୁକୋଜ୍‌ ପ୍ୟାକେଟ୍‌ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri