ରତ୍ନଭଣ୍ଡାର ସମ୍ପର୍କରେ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୦: ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିରର ସୁରକ୍ଷା ନେଇ ହାଇକୋର୍ଟରେ ଆଗତ ୩ଟି ମାମଲାର ଏକତ୍ର ଶୁଣାଣି ମଙ୍ଗଳବାର ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲା ନ ଯିବାର କାରଣ ସମ୍ପର୍କରେ ଆସନ୍ତା ୪ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜଗମୋହନ ଓ ନାଟମଣ୍ଡପ ମରାମତି ସମ୍ପର୍କିତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ଦାଖଲ କରାଯାଇଥିଲା। ସେହିପରି କୋଣାର୍କ ମନ୍ଦିର ମରାମତି ପ୍ରସଙ୍ଗରେ ମଧ୍ୟ ସତ୍ୟପାଠ ଦାଖଲ କରାଯାଇଥିଲା। ତେବେ ୩ଟି ଯାକ ମାମଲାର ପରବର୍ତ୍ତୀ ଶୁଣାଣି ୨୦୨୩ ଜାନୁୟାରୀ ୫ତାରିଖକୁ ଧାର୍ଯ୍ୟ କରାଯାଇଛି। ସୂଚନା ମୁତାବକ, ଶ୍ରୀମନ୍ଦିର ସୁରକ୍ଷା ନେଇ ଅଭିଷେକ ଦାସଙ୍କ ପକ୍ଷରୁ ୨୦୧୬ରେ ଆଗତ ମାମଲାର ଶୁଣାଣି ହୋଇଥିଲା। ଏଥିରେ ଆମିକସ୍‌ କ୍ୟୁରି ନଗେନ୍ଦ୍ର କୁମାର ମହାନ୍ତି ସତ୍ୟପାଠ ଦାଖଲ କରି ଶ୍ରୀମନ୍ଦିରର ନାଟମଣ୍ଡପ ଓ ଜଗମୋହନ ମରାମତି କାର୍ଯ୍ୟ ଚାଲିଛି ଏବଂ ଏହା ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ ବୋଲି ଅଦାଲତଙ୍କୁ ଅବଗତ କରାଇଥିଲେ।
ସେହିପରି ଦିଲ୍ଲୀପ ମହାପାତ୍ରଙ୍କ ପକ୍ଷରୁ ରତ୍ନଭଣ୍ଡାର ଖୋଲାଯିବା ନେଇ ଆଗତ ମାମଲାର ଶୁଣାଣି କରି ଅଦାଲତ ସରକାରଙ୍କୁ ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରତ୍ନଭଣ୍ଡାର ୧୯୮୦ରୁ ଖୋଲା ଯାଇନାହିଁ। ତେଣୁ ରତ୍ନଭଣ୍ଡାର ମଧ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି ସୁରକ୍ଷିତ ଅଛି କି ନାହିଁ ଏବଂ ବିଭିନ୍ନ ସାମଗ୍ରୀଗୁଡ଼ିକର ପୂର୍ବ ତାଲିକା ଅନୁଯାୟୀ ଗଣତି ଠିକ୍‌ ଅଛି କି ନାହିଁ ତାହା ରାଜ୍ୟ ସରକାର ସ୍ପଷ୍ଟ କରିବାକୁ ଆବେଦନକାରୀ ପ୍ରାର୍ଥନା କରିଥିଲେ। ସେହିପରି ଦିଲ୍ଲୀପଙ୍କ ଦ୍ୱାରା ଆଗତ କୋଣାର୍କ ମନ୍ଦିର ସୁରକ୍ଷା ସମ୍ପର୍କିତ ଅନ୍ୟ ଏକ ମାମଲାରେ ଆମିକସକ୍ୟୁରି ସତ୍ୟପାଠ ଦାଖଲ କରିଥିଲେ। ମନ୍ଦିର ମଧ୍ୟରୁ ବାଲି ବାହାର କରାଯାଉଛି। ସବୁ ବାଲି ବାହାର କରାଯିବା ପରେ ଆମିକସ୍‌କ୍ୟୁରି ମନ୍ଦିର ପରିଦର୍ଶନ କରିବେ ବୋଲି ଅଦାଲତଙ୍କୁ ଅବଗତ କରାଇଥିଲେ। କୋଣାର୍କ ମନ୍ଦିର ପରିସରରୁ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ମନ୍ଦିର ପ୍ରତି ବିପଦ ସୃଷ୍ଟି ହେବା ଓ ମନ୍ଦିର ଐତିହ୍ୟ ନଷ୍ଟ ହେବା ନେଇ ଆବେଦନରେ ଆଶଙ୍କା ପ୍ରକାଶ କରି ଅଦାଲତଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ଆବେଦନକାରୀ ପ୍ରାର୍ଥନା କରିଥିଲେ। ତିନୋଟିଯାକ ମାମଲାକୁ ଆଇନଜୀବୀ ଆଲୋକ ମହାପାତ୍ର ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri