ପୁରୀ-ରାଉରକେଲାକୁ ଗଡ଼ିଲା ୨ୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର, ୨୫ା୯(ସୁନିତ୍‌ ମିଶ୍ର):ରାଜ୍ୟରେ ରବିବାରଠାରୁ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗଡ଼ିବା ଆରମ୍ଭ କରିଛି। ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ଭିଡିଓ କନଫରେନ୍ସ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଛନ୍ତି। ଏକାସଙ୍ଗେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରାଯାଇଥିବା ବେଳେ ଏସବୁ ୧୧ଟି ରାଜ୍ୟ ଦେଇ ଯିବା ଆସିବା କରିବ। ରବିବାର ଭୁବନେଶ୍ୱର ରେଳ ଷ୍ଟେଶନଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶାର ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି।
ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ, ବିଗତ ବର୍ଷ ଗୁଡ଼ିକରେ ରେଲଓ୍ବେ କ୍ଷେତ୍ରରେ ଓଡ଼ିଶାକୁ ପୂର୍ବରୁ କରାଯାଇଥିବା ଅଣଦେଖା ମୋଦି ସରକାରରେ ଦୂର ହୋଇଛି। ସମଗ୍ର ଭାରତବର୍ଷ ଓ ଓଡ଼ିଶା ପାଇଁ ଆଜି ଗୌରବର ଦିନ। ପ୍ରଧାନମନ୍ତ୍ରୀଙ୍କ କରକମଳରେ ଓଡ଼ିଶାର ସାଂସ୍କୃତିକ ରାଜଧାନୀ ଶ୍ରୀଜଗନ୍ନାଥ ପୁରୀରୁ ଭୁବନେଶ୍ୱର ଦେଇ ଇସ୍ପାତ ନଗରୀ ରାଉରକେଲା ପର୍ଯ୍ୟନ୍ତ ‘ବନ୍ଦେ ଭାରତ ଟ୍ରେନ୍‌’ର ଚଳାଚଳ ଶୁଭାରମ୍ଭ ହୋଇଛି। ବନ୍ଦେ ଭାରତ ଏକ୍ସପ୍ରେସ ନୂଆ ଭାରତର ସାମର୍ଥ୍ୟ, ସମ୍ଭାବନା ଏବଂ ସଂକଳ୍ପର ପ୍ରତୀକ’। ଶୁଭାରମ୍ଭ ହୋଇଥିବା ଦ୍ୱିତୀୟ ବନ୍ଦେ ଭାରତ ଟ୍ରେନ୍‌ ରାଉରକେଲା, ଝାରସୁଗୁଡ଼ା, ରେଢ଼ାଖୋଲ, ସମ୍ବଲପୁର, ଅନୁଗୋଳ, ତାଳଚେର, ଢେଙ୍କାନାଳ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ଦେଇ ପୁରୀ ଯାତାୟାତ କରିବ। ଏହାଦ୍ୱାରା ପୁରୀ ଓ ସମ୍ବଲପୁରରେ ଧାର୍ମିକ ପର୍ଯ୍ୟଟନରେ ଅଭିବୃଦ୍ଧି ହେବା ସହ ଆର୍ଥିକ ବିକାଶ ହେବ ଏବଂ ବ୍ୟବସାୟରେ ବୃଦ୍ଧି ହେବ। ରେଳ ଦୂରତାକୁ କମାଇଥାଏ। ମହାତ୍ମା ଗାନ୍ଧୀ ରେଳରେ ବୁଲି ଦେଶରେ ଜାଗରଣ ସୃଷ୍ଟି କରୁଥିଲେ। ଏକବିଂଶ ଶତାବ୍ଦୀରେ ଅମୃତ କାଳର ପିଢ଼ି ତିଆରି କଲାବେଳେ ବୁଲେଟ ଟ୍ରେନ୍‌ କଲା ଭଳି ଓଡ଼ିଶାରେ ଟ୍ରେନ୍‌ ଚଳାଚଳ ହେଉଛି। ପୂର୍ବରୁ ଗତ ମେ ମାସରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଥମେ ପୁରୀ-ହାଓଡ଼ା ବନ୍ଦେ ଭାରତ ଟ୍ରେନ୍‌ର ଲୋକାର୍ପଣ ହୋଇଥିବା ବେଳେ କମ୍‌ ସମୟର ବ୍ୟବଧାନରେ ପୁରୀ-ଭୁବନେଶ୍ୱର-ରାଉରକେଲା ବନ୍ଦେ ଭାରତ ଟ୍ରେନ୍‌ ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଟ୍ରେନ୍‌ର ଯୋଜନା ଆରମ୍ଭ ହେଲେ ଉକ୍ତ ଟ୍ରେନ୍‌କୁ ପୁରୀରୁ ଭାୟା ସମ୍ବଲପୁର, ବରଗଡ଼, କଳାହାଣ୍ଡି, ନୂଆପଡ଼ା ଦେଇ ରାୟପୁର ପର୍ଯ୍ୟନ୍ତ ଚଳାଚଳ କରିବା ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି। ଓଡ଼ିଶାର ପୁରୀ, କଟକ, ତାଳଚେର ରୋଡ, ରାଉରକେଲା, ବାଲେଶ୍ୱର, ସମ୍ବଲପୁର, ଭଦ୍ରକ, ବ୍ରହ୍ମପୁର ସମେତ ୫୭ଟି ରେଳ ଷ୍ଟେଶନକୁ ନବୀକରଣ କରିବାର କାମ ଚାଲୁ ରହିଛି। ଓଡ଼ିଶାର ସବୁ ସ୍ଥାନରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଭାରତ ସରକାର ପ୍ରତିବଦ୍ଧ ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏହି ଅବସରରେ ଲୋକାର୍ପିତ ବନ୍ଦେ ଭାରତ ଟ୍ରେନ୍‌ରେ ଧର୍ମେନ୍ଦ୍ର ଭୁବନେଶ୍ୱରରୁ ଅନୁଗୋଳ ପର୍ଯ୍ୟନ୍ତ ଯାତ୍ରା କରିଛନ୍ତି। ଛାତ୍ରୀଛାତ୍ର ଏବଂ ଯାତ୍ରୀଙ୍କଠାରୁ ବନ୍ଦେ ଭାରତ ଟ୍ରେନ୍‌ ଯାତ୍ରାର ଅନୁଭୂତି ବୁଝିଥିଲେ। କେନ୍ଦ୍ରମନ୍ତ୍ରୀଙ୍କୁ କଟକ, ଢେଙ୍କାନାଳ, ଅନୁଗୋଳ ସମେତ ବିଭିନ୍ନ ରେଳ ଷ୍ଟେଶନଠାରେ ସ୍ବାଗତ କରାଯାଇଛି।
କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ ସଭା ସଦସ୍ୟ ସୁଲତା ଦେଓ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଜଟଣୀ ବିଧାୟକ ସୁର ରାଉତରାୟ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?