ସାହିଯାତ ଆରମ୍ଭ: ଶ୍ରୀକ୍ଷେତ୍ର ଉତ୍ସବମୁଖର

ପୁରୀ,୭ା୪(ଅଜିତ୍‌ କୁମାର ମହାନ୍ତି): ପବିତ୍ର ରାମନବମୀଠାରୁ ଶ୍ରୀମନ୍ଦିର ତଥା ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ଏଥିପାଇଁ ଶ୍ରୀକ୍ଷେତ୍ର ଉତ୍ସବମୁଖର ହୋଇଉଠିଛି। ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ଶ୍ରୀରାମ ଜନ୍ମଠାରୁ ରାମାଭିଷେକ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ନୀତି ସହ ଅଙ୍ଗାଙ୍ଗୀ ଭାବେ ସାହିଯାତ ଜଡ଼ିତ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପାସନାରେ ଏକ ଅଙ୍ଗ ଭାବେ ଶ୍ରୀରାମଳୀଳାକୁ ବିବେଚନା କରାଯାଏ। ଶ୍ରୀମନ୍ଦିରରେ ଏହି ଲୀଳା ପାଳନ ହେବା ସହ ଶ୍ରୀକ୍ଷେତ୍ରର ଆଠ ସାହିରେ ଯାତ ଅନୁଷ୍ଠିତ ହୋଇଥାଏ। ସାହିଯାତରେ ସମରକଳା, ଲୋକକଳା, ଲୋକନୃତ୍ୟ ଓ ସାଂସ୍କୃତିକ ପରମ୍ପରା ଦେଖିବାକୁ ମିଳିଥାଏ। ପୁରୀର ଆଠ ସାହି ଆଖଡ଼ା ପକ୍ଷରୁ ଏହି ଯାତ ଅନୁଷ୍ଠିତ ହୋଇଥାଏ। ଯାତରେ ରାମଜନ୍ମ, ଯଜ୍ଞରକ୍ଷା, ସୀତା ବିବାହ, ପର୍ଶୁରାମଙ୍କ କଳାହରଣ, ଶ୍ରୀରାମଙ୍କ ବନବାସ, ଲଙ୍କାପୋଡ଼ି, ସେତୁବନ୍ଧ ପ୍ରତିଷ୍ଠା, ରାବଣ ବଧ ଏବଂ ରାମାଭିଷେକ ଲୀଳା ହୋଇଥାଏ।
ସାହିଯାତର ପ୍ରଥମ ଦିବସରେ ରବିବାର କାଳିକାଦେବୀ ସାହି ଆଖଡ଼ା ପକ୍ଷରୁ ରାମଜନ୍ମ ନୀତି ପ୍ରସ୍ତାବ ଆଗତ କରାଯିବା ସହ ଶ୍ରୀରାମ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଶ୍ରୀରାମ, ଲକ୍ଷ୍ମଣ, ଭରତ, ଶତ୍ରୁଘ୍ନ, ଋଷ୍ୟଶୃଙ୍ଗ ଆଦି ବେଶଧାରୀମାନେ ସାହିରୁ ବାହାରି ପ୍ରଥମେ ମା’ ଦକ୍ଷିଣକାଳୀଙ୍କୁ ଦର୍ଶନ କରିବା ସହ ଆଜ୍ଞାମାଳ ପ୍ରାପ୍ତ ହୋଇଥିଲେ। ପରେ ସେମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀରାମ ଜନ୍ମ ନୀତିରେ ସାମିଲ ହୋଇଥିଲେ।
ସେଠାରୁ ଚରୁଅନ୍ନ ଆଣି ମା’ଦକ୍ଷିଣକାଳୀଙ୍କୁ ଅର୍ପଣ କରାଯିବା ପରେ ବେଶଧାରୀମାନେ ବନ୍ଧୁସାହି, ମାଟିମଣ୍ଡପ ସାହି ପରିକ୍ରମା କରିଥିଲେ। ଏଥିସହ ନାଗା, ମେଢ଼ର ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା। ନାଗା, ନବଶିରା ସହିତ ବିଭିନ୍ନ ମେଢ଼ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ।
ବୀରବାଦ୍ୟରେ କମ୍ପିଉଠିଥିଲା ଶ୍ରୀକ୍ଷେତ୍ର। ବିଭିନ୍ନ ଠାଣିରେ ମଜ୍ଜିଯାଇଥିଲେ ସାହି ଭେଣ୍ଡିଆ। ବୀରଦର୍ପ ଚାଲି, କଥାକୁହା ଆଖି ଓ ମନମତାଣିଆ ବେଶରେ ସମସ୍ତେ ବିଭୋର ହୋଇଥିବା ବେଳେ ମଲ୍ଲୀଫୁଲ ମାଳର ବାସ୍ନାରେ ମହକିଛି ଶ୍ରୀକ୍ଷେତ୍ର। ସାହିକୁ ରଙ୍ଗିନ ଆଲୋକରେ ସୁସଜ୍ଜିତ କରାଯାଇଥିଲା। ଆଠସାହି ଆଖଡ଼ାର ମୁରବିମାନେ ସାହିଯାତରେ ସାମିଲ ହୋଇଥିଲେ। ଜିଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ଓ ସାତସାହି ମୁରବି ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri