Posted inଜାତୀୟ

ଏହା ଅହଙ୍କାର ନୁହେଁ… ରାମମନ୍ଦିର ପ୍ରାଣ ପ୍ରତିଷ୍ଠାରେ ଯୋଗ ନ ଦେବା ନେଇ ମୁହଁ ଖୋଲିଲେ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ

ନୂଆଦିଲ୍ଲୀ,୧୫।୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ। ଏହାପୂର୍ବରୁ ଚାରି ଶଙ୍କରାଚାର୍ଯ୍ୟ ଏହି ସମାରୋହରେ ଯୋଗ ନ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ନିମନ୍ତ୍ରଣ ସତ୍ତ୍ୱେ ସେ ଅଯୋଧ୍ୟା କାର୍ଯ୍ୟକ୍ରମରେ କାହିଁକି ଯୋଗଦେବେ ନାହିଁ ନେ ନେଇ ନିଜ ମତ ରଖିଛନ୍ତି ପୁରୀର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ। ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରତିଷ୍ଠିତ ପରମ୍ପରାକୁ ପାଳନ ନ କରିବାରୁ ଏହି ସମାରୋହରେ ଯୋଗଦେବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି।
ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି, ଶଙ୍କରାଚାର୍ଯ୍ୟଙ୍କର ନିଜସ୍ବ ସମ୍ମାନ ରହିଛି। ଏହା ଅହଙ୍କାର ନୁହେଁ। ପ୍ରଧାନମନ୍ତ୍ରୀ ରାମ ଲାଲାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବେ ସେତେବେଳେ ଆମେ ବାହାରେ ବସି ତାଳି ମାରିବୁ ଏହା ଆମଠାରୁ ଆଶା କରାଯାଏ କି? ଏକ ‘ଧର୍ମନିରପେକ୍ଷ’ ସରକାରଙ୍କ ଉପସ୍ଥିତି ପରମ୍ପରାର ବିନାଶର ଅର୍ଥ ନୁହେଁ।
ଏହାପୂର୍ବରୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ କହିଥିଲେ, ରାମଲାଲା ଶାସ୍ତ୍ରୀୟ ବିଧିବିଧାନରେ ପ୍ରତିଷ୍ଠିତ ହେଉନାହାଁନ୍ତି, ତେଣୁ ରାମ ମନ୍ଦିରର ଉଦଘାଟନୀ ଉତ୍ସବରେ ଯୋଗଦେବା ମୋ ପାଇଁ ଉପଯୁକ୍ତ ନୁହେଁ। ନିମନ୍ତ୍ରଣ ଆସିଲା ଯେ ଆପଣ ଜଣେ ବ୍ୟକ୍ତିଙ୍କ ସହିତ ଉଦ୍‌ଘାଟନକୁ ଆସିପାରିବେ। ଆମନ୍ତ୍ରଣ କିମ୍ବା କାର୍ଯ୍ୟକ୍ରମ ସହିତ ଆମେ ସହମତ ନାହୁଁ। ପ୍ରାଣ ପ୍ରତିଷ୍ଠାପାଇଁ ଶୁଭ ସମୟକୁ ଧ୍ୟାନରେ ରଖିବା ଉଚିତ୍‌। କିଏ ମୂର୍ତ୍ତିକୁ ଛୁଇଁବା ଏବଂ କିଏ ନ ଛୁଇଁବା, ଏସବୁ ସ୍କନ୍ଦ ପୁରାଣରେ ଏହା ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?