ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି।

ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବ। ନବବର୍ଷର ପ୍ରଥମ ଦିନ ଅର୍ଥାତ୍ ଜାନୁଆରୀ ୧ ତାରିଖ ପାଇଁ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯିବ। ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ଦୁଇ ଦିନ ଧରି ଭକ୍ତମାନେ କେବଳ ବାହାର କାଠରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ୱାର ଦେଇ ବାହାରକୁ ପ୍ରସ୍ଥାନ କରିବେ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ନବବର୍ଷ ଅବସରରେ ପୁରୀରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ୨ ଲକ୍ଷ ଟପିଯାଇପାରେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଏବଂ ସୁରକ୍ଷା ପାଇଁ ପୋଲିସ ଓ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୂର୍ବରୁ ସ୍ଥିର ହୋଇଥିବା ପହିଲି ଭୋଗ ନୀତି ମଧ୍ୟ ସଠିକ୍ ସମୟରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri