‘ରୋଗୀ ସେବା ବୃତ୍ତି ନୁହେଁ, ବ୍ରତ ହେଉ’

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ମଣିଷ ଆନନ୍ଦରୁ ଆସିଛି, ଆନନ୍ଦରେ ରହିବ ଏବଂ ପୁଣି ଆନନ୍ଦକୁ ଫେରିଯିବ। ମାତ୍ର ଏଥିରେ ବେଳେବେଳେ ବ୍ୟତିକ୍ରମ ଦେଖାଦିଏ। ଖାଦ୍ୟ, ଚିନ୍ତା ଓ ଆବେଗ ପରିଚାଳନାରେ ତ୍ରୁଟି ଯୋଗୁ ଏହି ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ମଣିଷର ଶରୀର କୋଟି କୋଟି କୋଷରେ ନିର୍ମିତ ଏକ ସୁସଂହତ ସୃଷ୍ଟି। ଏହାର ଆକଳନ ଓ ଅଧ୍ୟୟନ ସହଜ ବ୍ୟାପାର ନୁହେଁ। ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ଏହା ଅନ୍ନମୟ କୋଷ, ପ୍ରାଣମୟ କୋଷ, ଜ୍ଞାନମୟ କୋଷ, ମନମୟ କୋଷ ଓ ଆନନ୍ଦମୟ କୋଷ ଭାବରେ ବିଭକ୍ତ। ତେବେ ଦେହରୂପକ ମନ୍ଦିରରେ ଅସମୟରେ ଦେଖାଯାଉଥିବା ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ପୂଜକ ଭଳି ଡାକ୍ତରମାନେ ପ୍ରବେଶ କରିଥାନ୍ତି ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। କାର୍ଡିଓଲୋଜିକାଲ୍‌ ସୋସାଇଟି ଅଫ୍‌ ଇଣ୍ଡିଆ(ସିଏସ୍‌ଆଇ), ଓଡ଼ିଶା ଚାପ୍ଟରର ୨୫ତମ ବାର୍ଷିକ ସମ୍ମିଳନୀକୁ ରାଜଭବନରୁ ଉଦ୍‌ଘାଟନ କରି ରାଜ୍ୟପାଳ ଚିକିତ୍ସା ସେବା ଏକ ଉଚ୍ଚତର ଆଧ୍ୟାତ୍ମ୍ୟ ସେବା ବୋଲି ମତବ୍ୟକ୍ତ କରିଥିଲେ। ସେ ଆହୁରି କହିଥିଲେ, ରୋଗୀ ଓ ଡାକ୍ତରଙ୍କ ମଧ୍ୟରେ ଏକାତ୍ମ ଭାବ ସୃଷ୍ଟି ନ ହେଲେ ଚିକିତ୍ସା ସଫଳ ହୁଏନି। ଡାକ୍ତରମାନେ ରୋଗୀସେବାକୁ ବୃତ୍ତି ନୁହେଁ, ଏକ ମହାନ ବ୍ରତ ଭାବରେ ଗ୍ରହଣ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ। ଉଦ୍‌ଘାଟନୀ ଉତ୍ସବରେ ଓଡ଼ିଶା ଚାପ୍ଟରର ଅଧ୍ୟକ୍ଷ ଡା. ଆର୍‌.ଏସ୍‌. ଏନ୍‌. ମୂର୍ତ୍ତି, ସାଇଣ୍ଟିଫିକ୍‌ କମିଟିର ଅଧ୍ୟକ୍ଷ ଡା. ପି.କେ. ସାହୁ, ଆୟୋଜନ କମିଟିର ସମ୍ପାଦକ ଡା. ଏସ୍‌.ଏନ୍‌. ରାଉତରାୟ, ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ଡା. ଏସ୍‌.ଏସ୍‌. ମିଶ୍ର ପ୍ରମୁଖ ବକ୍ତବ୍ୟ ରଖିଥିଲେ। ଓଡ଼ିଶା ଚାପ୍ଟରର ସମ୍ପାଦକ ଡା. ବି.ଆର୍‌. ମିଶ୍ର ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ। ଉତ୍ସବରେ ରାଜ୍ୟପାଳଙ୍କ ସଚିବ ଡ. ପି.କେ. ମେହେର୍ଦ୍ଦା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri