ପୁରୀ ଆକାଶରେ ସୂର୍ଯ୍ୟକିରଣ ଶୋ’

ପୁରୀ ଅଫିସ, ୧୮।୯: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଲୋକଙ୍କ ମନରେ ଦେଶପ୍ରେମ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଶନିବାର ପୁରୀ ବେଳାଭୂମିରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୧୦ଟା ୨୦ରୁ ୧୧ଟା ପର୍ଯ୍ୟନ୍ତ ବ୍ଲୁ ଫ୍ଲାଗ ବିଚ୍‌ରେ ଅନୁଷ୍ଠିତ ଏହି ଫୁଲ୍‌ଡ୍ରେସ୍‌ ଏୟାର ଶୋ’ରେ ବାୟୁସେନାର ୯ଟି ହକ୍‌ (ଯୁଦ୍ଧ) ବିମାନ ଦୁଃସାହସିକ ଓ ରୋମାଞ୍ଚକର କଳା କୌଶଳ ପ୍ରଦର୍ଶନ କରିଛି। ବିମାନଗୁଡ଼ିକ ୫ ଶହରୁ ୧ହଜାର ଫୁଟ୍‌ ଉଚ୍ଚରେ ଉଡ଼ି ସାହସିକ କଳାକୌଶଳ ପ୍ରଦର୍ଶନ କରିଥିଲେ। ଏହି ଲଢୁଆ ବିମାନଗୁଡ଼ିକର ଗର୍ଜନରେ ପୁରୀ ଆକାଶ କମ୍ପିଉଠିବା ସହ ଲୋକଙ୍କ ମନରେ ଏକ ରୋମାଞ୍ଚକର ଶିହରଣ ସୃଷ୍ଟି କରିଥିଲା। ପୁରୀରେ ପ୍ରଥମ ଥର ପାଇଁ ଆୟୋଜିତ ଏହି ଏୟାର ଶୋ’ ଦେଖି ପୁରୀବାସୀ ଏବଂ ପର୍ଯ୍ୟଟକମାନେ ଅଭିଭୂତ ହୋଇପଡ଼ିଥିଲେ।

ଏହି କାର୍ଯ୍ୟକ୍ରମ ପାଇଁ ବାୟୁସେନା ସମେତ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ହଜାର ହଜାର ଲୋକଙ୍କ ସମେତ ଛାତ୍ରୀଛାତ୍ର, ଏନ୍‌ସିସି କ୍ୟାଡେଟ୍‌, ସ୍କାଉଟ୍ସ ଓ ଗାଇଡ୍ସ କ୍ୟାଡେଟ୍‌ମାନେ ଜାତୀୟ ପତାକା ଧରି ବିଭିନ୍ନ ସ୍ଲୋଗାନ ଦେବା ସହ ଦେଶାତ୍ମବୋଧ ସଙ୍ଗୀତରେ ଝୁମିଉଠିଥିଲେ। ସୂର୍ଯ୍ୟକିରଣ ଟିମ୍‌ ତରଫରୁ ଶୋ’ର ଧାରା ବିବରଣୀ ପ୍ରଦାନ କରାଯାଇଥିଲା। ସହରର ବିଭିନ୍ନ ସରକାରୀ କୋଠା ଓ ନିଜ ନିଜ ଘରର ଛାତ ଉପରେ ଲୋକେ ଠିଆହୋଇ ସୂର୍ଯ୍ୟ କିରଣ ଶୋ’କୁ ଉପଭୋଗ କରିବା ସହ ଏହି ସ୍ମରଣୀୟ ଦୃଶ୍ୟକୁ ନିଜ ନିଜ ମୋବାଇଲ ଫୋନରେ କଏଦ କରିବାକୁ ଭୁଲି ନ ଥିଲେ। ଏହି କାର୍ଯ୍ୟକ୍ରମରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ, ଅତିରିକ୍ତ
ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ଦିଲୀପ କୁମାର ମହାପାତ୍ରଙ୍କ ସମେତ ବହୁ ସେବାୟତ ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ତେବେ ଯଦି ପାଗ ଭଲ ରୁହେ ପୁରୀବାସୀ ରବିବାର ପୁଣି ଶୋ’କୁ ଉପଭୋଗ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?