ନୂଆବର୍ଷରେ ମିଳିବନି ଜଗା ଦର୍ଶନ

ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ମାସ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଏବଂ ଏସ୍‌ଓପିକୁ ନେଇ କିଛି ପରିବର୍ତ୍ତନ ଉପରେ ମୋହର ବାଜିଛି। ପହିଲି ଭୋଗ, ମକର ସଂକ୍ରାନ୍ତି ଓ ପୂର୍ଣ୍ଣିମାର ନୀତିକାନ୍ତି ମଧ୍ୟ ଚୂଡ଼ାନ୍ତ ହୋଇଛି। ବୈଠକ ପରେ ମୁଖ୍ୟ ପ୍ରଶାସକ ସୂଚନା ଦେଇ କହିଛନ୍ତି, ଗହଳିକୁ ଦୃଷ୍ଟିରେ ରଖି ଜାନୁୟାରୀ ୧ତାରିଖ ନୂଆବର୍ଷ ସମେତ ୩ ଦିନ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସେହିପରି ରବିବାର ଗୁଡ଼ିକରେ ମଧ୍ୟ ପୂର୍ବଭଳି ଦର୍ଶନ ବନ୍ଦ ରହିବ।

ଏ ନେଇ ମୁଖ୍ୟ ପ୍ରଶାସକ ଆହୁରି କହିଛନ୍ତି, ପୂର୍ବରୁ ବନକଲାଗି ନୀତି ସମୟରେ ଦର୍ଶନ ୪ଘଣ୍ଟା ବନ୍ଦ ରହୁଥିଲା। କିନ୍ତୁ ଏଣିକି ଶ୍ରଦ୍ଧାଳୁମାନେ ବନକଲାଗି ନୀତି ସମୟରେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ତେବେ ସେହି ସମୟରେ ମହାପ୍ରଭୁଙ୍କ ଦର୍ଶନ ମିଳିବ ନାହିଁ। ଜୟବିଜୟ ଦ୍ୱାର ଓ ବେହରଣ ଦ୍ୱାର ବନ୍ଦ ରହିବ, ମାତ୍ର ଅନ୍ୟ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ମିଳିପାରିବ। ଶ୍ରଦ୍ଧାଳୁମାନେ ମହାପ୍ରସାଦ ସେବନ ଓ ଗରୁଡ଼ସ୍ତମ୍ଭ ଦର୍ଶନ କରିପାରିବେ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବଭଳି ଆସନ୍ତା ମାସର ସମସ୍ତ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ଗହଳିକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧, ଜାନୁୟାରୀ ୧ତାରିଖ ନୂଆବର୍ଷ ଏବଂ ୨ ତାରିଖରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଡିସେମ୍ବର ୨୫ ସମେତ ଅନ୍ୟ ଦିନରେ ଦର୍ଶନ ବ୍ୟବସ୍ଥା ଚାଲୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri