ନୂଆବର୍ଷରେ ମିଳିବନି ଜଗା ଦର୍ଶନ

ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ମାସ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଏବଂ ଏସ୍‌ଓପିକୁ ନେଇ କିଛି ପରିବର୍ତ୍ତନ ଉପରେ ମୋହର ବାଜିଛି। ପହିଲି ଭୋଗ, ମକର ସଂକ୍ରାନ୍ତି ଓ ପୂର୍ଣ୍ଣିମାର ନୀତିକାନ୍ତି ମଧ୍ୟ ଚୂଡ଼ାନ୍ତ ହୋଇଛି। ବୈଠକ ପରେ ମୁଖ୍ୟ ପ୍ରଶାସକ ସୂଚନା ଦେଇ କହିଛନ୍ତି, ଗହଳିକୁ ଦୃଷ୍ଟିରେ ରଖି ଜାନୁୟାରୀ ୧ତାରିଖ ନୂଆବର୍ଷ ସମେତ ୩ ଦିନ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସେହିପରି ରବିବାର ଗୁଡ଼ିକରେ ମଧ୍ୟ ପୂର୍ବଭଳି ଦର୍ଶନ ବନ୍ଦ ରହିବ।

ଏ ନେଇ ମୁଖ୍ୟ ପ୍ରଶାସକ ଆହୁରି କହିଛନ୍ତି, ପୂର୍ବରୁ ବନକଲାଗି ନୀତି ସମୟରେ ଦର୍ଶନ ୪ଘଣ୍ଟା ବନ୍ଦ ରହୁଥିଲା। କିନ୍ତୁ ଏଣିକି ଶ୍ରଦ୍ଧାଳୁମାନେ ବନକଲାଗି ନୀତି ସମୟରେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ତେବେ ସେହି ସମୟରେ ମହାପ୍ରଭୁଙ୍କ ଦର୍ଶନ ମିଳିବ ନାହିଁ। ଜୟବିଜୟ ଦ୍ୱାର ଓ ବେହରଣ ଦ୍ୱାର ବନ୍ଦ ରହିବ, ମାତ୍ର ଅନ୍ୟ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ମିଳିପାରିବ। ଶ୍ରଦ୍ଧାଳୁମାନେ ମହାପ୍ରସାଦ ସେବନ ଓ ଗରୁଡ଼ସ୍ତମ୍ଭ ଦର୍ଶନ କରିପାରିବେ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବଭଳି ଆସନ୍ତା ମାସର ସମସ୍ତ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ଗହଳିକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧, ଜାନୁୟାରୀ ୧ତାରିଖ ନୂଆବର୍ଷ ଏବଂ ୨ ତାରିଖରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଡିସେମ୍ବର ୨୫ ସମେତ ଅନ୍ୟ ଦିନରେ ଦର୍ଶନ ବ୍ୟବସ୍ଥା ଚାଲୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?