ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଫଳରେ ଗୁରୁବାର ବିନା ବାଧାରେ ଶ୍ରୀମନ୍ଦିର ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।

ବୁଧବାର କ୍ୟାବିନେଟ ବୈଠକ ପରେ ୪ ଦ୍ୱାର ଖୋଲିବା ନେଇ ବଡ଼ ନିଷ୍ପତ୍ତି ନିଆଯାଇଥିଲା। ପରେ ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦ୍ୱାର ଖୋଲା ଯିବା ପରେ କି କି ବ୍ୟବସ୍ଥା କରାଯିବ ସେନେଇ ଆଲୋଚନା କରାଯାଇଥିଲା।

ପ୍ରକାଶ ଯେ, କରୋନା ମହାମାରୀ ପରଠାରୁ ଶ୍ରୀମନ୍ଦିର ୪ ଦ୍ୱାର ବନ୍ଦ ରହିଥିଲା। ନିର୍ବାଚନ ପ୍ରଚାର ବେଳେ ଦାୟିତ୍ୱ ଗ୍ରହଣ କରିବାର କେଇ ଘଣ୍ଟା ମଧ୍ୟରେ ଏହାକୁ ଖୋଲାଯିବ ବୋଲି ଭାଜପା ପ୍ରତିଶ୍ରୁତି ଦେଇଥିଲା। ଶେଷରେ ତାହା ହୋଇଛି। ସକାଳେ ମଙ୍ଗଳ ଆଳତି ପରେ ଶ୍ରଦ୍ଧାଳୁଙ୍କ ପାଇଁ ଦ୍ୱାରଗୁଡ଼ିକୁ ଖୋଲା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri