ଏପ୍ରିଲ ୩୦ ସୁଦ୍ଧା ସରିବ ନାଟମଣ୍ଡପ ମରାମତି

କଟକ,୧୮ା୧(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାର୍ଯ୍ୟ ୨୦୨୪ ଏପ୍ରିଲ ୩୦ ତାରିଖ ମଧ୍ୟରେ ଶେଷ ହେବ ବୋଲି ଆମିକସ୍‌ କ୍ୟୁରି ହାଇକୋର୍ଟରେ ଗୁରୁବାର ରିପୋର୍ଟ ଦାଖଲ କରିଛନ୍ତି।
ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ନିଯୁକ୍ତ ଆମିକସ୍‌ କ୍ୟୁରି ନାଟମଣ୍ଡପ ମରାମତି କାର୍ଯ୍ୟ ଅନୁଧ୍ୟାନ ରିପୋର୍ଟ ଦର୍ଶାଇଛନ୍ତି। ଗତ ୧୦ ତାରିଖରେ କୋର୍‌ କମିଟି ଓ ଏଏସ୍‌ଆଇର ମିଳିତ ବୈଠକରେ ନାଟମଣ୍ଡପ ବିମ୍‌ ଡିଜାଇନ୍‌ ଚୂଡ଼ାନ୍ତ ହୋଇଥିବା ଏଏସ୍‌ଆଇ ଆମିକସ୍‌ କ୍ୟୁରିଙ୍କୁ ଜଣାଇଛନ୍ତି। ଏଥିସହ ନାଟମଣ୍ଡପ କାମ ଅବିରତ ଚାଲିଛି ବୋଲି ଆମିକସ୍‌ କ୍ୟୁରି ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଶିବଶଙ୍କର ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ପରବର୍ତ୍ତି ଶୁଣାଣି ପୂର୍ବରୁ ଏପ୍ରିଲ ୩୦ରେ ନାଟମଣ୍ଡପ ମରାମତି କାର୍ଯ୍ୟ ସାରିବା ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତି ଶୁଣାଣି ଆସନ୍ତା ସପ୍ତାହରେ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ, ହାଇକୋର୍ଟ ଗତ ନଭେମ୍ବର ୧୫ ଶୁଣାଣିରେ ନାଟମଣ୍ଡପ ମରାମତି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ନିମନ୍ତେ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମରାମତି କାର୍ଯ୍ୟ ଦିନକୁ ୬ ଘଣ୍ଟା ଲେଖାଏ କରି ୧୨୦ ଦିନରେ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆମିକସ୍‌ କ୍ୟୁରି ଏହି କାମର ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ହାଇକୋର୍ଟଙ୍କୁ ରିପୋର୍ଟ ପ୍ରଦାନ କରିବେ। ଶ୍ରୀମନ୍ଦିର ପ୍ରଶାସନ ଏଏସ୍‌ଆଇକୁ ଏଥିପାଇଁ ସହଯୋଗ ଯୋଗାଇ ଦେବ। ଏଥିସହ ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିବା ନେଇ ଅସୁବିଧାରେ ନ ପଡ଼ନ୍ତି ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରିବ। ନାଟମଣ୍ଡପ ମରାମତି ଓ ଶ୍ରଦ୍ଧାଳୁ ଦର୍ଶନ ଉଭୟ କାର୍ଯ୍ୟ ଠିକ ଭାବେ ହେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଉଭୟ ମଧ୍ୟରେ ସମନ୍ବୟ ରକ୍ଷା କରିବ ବୋଲି ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଥିଲେ।
ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ନଭେମ୍ବର ୧୭ ତାରିଖରୁ ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ ହୋଇ ଅବିରତ ଚାଲିଛି। କଟକର ଅଭିଷେକ ଦାସଙ୍କ ଦ୍ୱାରା ରୁଜୁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଲୋକ କୁମାର ମହାପାତ୍ର ପରିଚାଳନା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri