ଭିତର ରତ୍ନଭଣ୍ଡାରରୁ ସ୍ଥାନାନ୍ତର ହେଲା ଆଲମାରୀ, ସିନ୍ଦୁକ

ପୁରୀ,୨୩ା୮: ଶୁକ୍ରବାର ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ସେବାୟତଙ୍କ ସହାୟତରେ ଭିତର ରତ୍ନଭଣ୍ଡାରୁ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜଗମୋହନରୁ ବେହରଣ ଦ୍ବାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌ରେ ସ୍ଥାନାନ୍ତର କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ ଶୁକ୍ରବାରେ ଏହି ସୂଚନା ଦେଇଛନ୍ତି। ଏପରିକି ଭିତର ରତ୍ନଭଣ୍ଡାରୁ କିଛି ଛଡାଯାଇ ନାହି। ବାହାରିଥିବା ଅଳିଆ ଆବର୍ଜନାକୁ ମଧ୍ୟ ଗଣ୍ଡୁଳି କରି ରୁମ୍‌ରେ ରଖାଯାଇଥିବା ମୁଖ୍ୟ ପ୍ରଶାସକ ପାଢ଼ୀ ପାଢ଼ୀ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଏଥିରେ ଥିବା ସମସ୍ତ ଅଳଙ୍କାର ଷ୍ଟ୍ରଙ୍ଗରୁମରେ ରଖାଯାଇଛି।

ଏପରିକି ଭିତରେ ରତ୍ନଭଣ୍ଡରାର ଥିବା ଏକ ଲୁହା ସିନ୍ଦୁକ ସ୍ଥନାନ୍ତରଣ ବେଳେ ବାହାରକୁ ବାହାରିବା ସମ୍ଭବ ନ ହେବାରୁ ବାହାର ରତ୍ନଭଣ୍ଡାର କାଠ କବାଟ କଟାଯାଇ ଏହାକୁ ବାହାର କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ କହିଛନ୍ତି। ସିନ୍ଦୁକ, ଆଲମିରା ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବା ପରେ ବର୍ତ୍ତମାନ ଏସ୍‌ଆଇକୁ ଚିଠି ଲେଖାଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ। ଏପରିକି ଏଏସ୍‌ଆଇ ଆବଶ୍ୟକ ସ୍କାନିଂ କରି କିଛି ଜିନିଷ ଥିଲେ ସନ୍ଧାନ କରିବ। ଆବଶ୍ୟକ ସ୍କାନିଂ ପରେ ଏଏସ୍‌ଆଇ ମରାମତି କାର୍ଯ୍ୟ କରିବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

ସେହିପରି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ତାଙ୍କ ପ୍ରତିକ୍ରିୟାରେ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଶାନ୍ତି ଶୃଙ୍ଖଳାର ସହିତ ଭିତର ରତ୍ନଭଣ୍ଡାରୁ ଆଲମାରୀ ଓ ସିନ୍ଦୁକ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌କୁ ସ୍ଥାନାନ୍ତର କରାଯାଇଥିବା କହିଛନ୍ତି।

ଅପରାହ୍ନ ୨ଟାରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସ୍ଥାନାନ୍ତର ବେଳେ ସାଧାରଣ ଦର୍ଶନ ବନ୍ଦ ରହି ଥିବା ବେଳେ ଆନନ୍ଦ ବଜାରରୁ ଅବଢ଼ା ମିଳିଥିଲା। ସ୍ଥାନାନ୍ତରଣ ଶେଷ ପରେ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ସ୍ଥାନାନ୍ତରଣ ବେଳେ ଟେକନିକାଲ ଟିମ୍‌ ଶ୍ରୀମନ୍ଦିର ଭିତରେ ଉପସ୍ଥିତ ରହିଥିଲେ। ଏପରିକି ଓଡ୍ରାଫ, ଅଗ୍ନିଶମ ଏବଂ ସ୍ନେକ ହେଲପ ଲାଇନ ସଦସ୍ୟ ମଧ୍ୟ ସମ୍ପୂର୍ଣ୍ଣ ସଜାଗ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?