୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ ସେବାୟତ ଓ ସେମାନଙ୍କ ପରିବାର ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ । ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ପୁରୀ ସହରବାସୀ ଦର୍ଶନ କରିବେ।
ଅଣ ସେବାୟତଙ୍କୁ ଚିହ୍ନଟ ପାଇଁ ଜେଟିପି ଓ ପୋଲିସ ମୁତୟନ କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କୁ ଯୋଗାଇ ଦିଆଯାଇଥିବା ସ୍ବାସ୍ଥ୍ୟ ଓ ଅନ୍ୟ କୌଣସି ପରିଚୟ ପତ୍ର ଦେଖାଇ ଶ୍ରୀମନ୍ଦିର ଯେ କୌଣସି ଦ୍ବାର ଦେଇ ପ୍ରବେଶ କରିପାରିବେ ସେବାୟତ ଓ ସେମାନଙ୍କ ପରିବାର ବର୍ଗ ।
ଦର୍ଶନ ବ୍ୟବସ୍ଥା ନେଇ ଜିଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଏସଓପି ଜାରି ହୋଇଛି । ସେବାୟତ ହୁଅନ୍ତୁ କି ପୁରୀ ବାସିନ୍ଦା, ସମସ୍ତଙ୍କ ପାଇଁ ପରିଚୟ ପତ୍ର ବାଧ୍ୟତାମୂଳକ କରାଯାଇଛି । ସେବାୟତ ପରିବାରର ଲୋକମାନେ ନିଜ ନିଜର ସ୍ବାସ୍ଥ୍ୟବୀମା କାର୍ଡ ସାଙ୍ଗରେ ଆଣି ଆସିବାକୁ କୁହାଯାଇଛି । ଏହା ନ ଥିଲେ ଅନ୍ୟ ପରିଚୟପତ୍ର ଦେଖାଇବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri