ପୁରୀ ଦଳାଚକଟା ଘଟଣା: ମୃତକଙ୍କ ପରିବାର ସହ କଥା ହେଲେ ନବୀନ, ପ୍ରଶାସନ ଉପରେ ଅସନ୍ତୋଷ ପ୍ରକାଶ କଲେ ଲୋକେ

ପୁରୀ,୨୯ା୬ : ପୁରୀ ରଥଯାତ୍ରାରେ ଘଟିଥିବା ଦଳାଚକଟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହି ଘଟଣାରେ ମୃତକଙ୍କ ପରିବାର ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ନେତା ନବୀନ ପଟ୍ଟନାୟକ ଫୋନ ଯୋଗେ କଥା ହୋଇଛନ୍ତି। ଏହି ସମୟରେ ପରିବାର ସଦସ୍ୟମାନେ ଭାବବିହ୍ୱଳ ହୋଇପଡ଼ିଥିଲେ ଏବଂ ପ୍ରଶାସନ ଓ ପୋଲିସର ଭୂମିକା ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ।

ମୃତକଙ୍କ ପରିବାରର ଜଣେ ସଦସ୍ୟ ନବୀନଙ୍କ ସହ କଥାବାର୍ତ୍ତା ସମୟରେ କହିଛନ୍ତି, “ଜୟ ଜଗନ୍ନାଥ… ଆଜ୍ଞା ମୋ ସଂସାର ଉଜୁଡ଼ିଗଲା। ଆଜ୍ଞା ପ୍ରଶାସନ ଢିଲା, ଆନାଉନ୍ସ ହଉନାହିଁ, ସବୁ ଢିଲା। ପୋଲିସ ଆମକୁ ସହଯୋଗ କଲା ନାହିଁ। ଆଜ୍ଞା ପ୍ରଶାସନ ଆଦୌ ନାହାନ୍ତି, ଆମକୁ ସହଯୋଗ କଲେ ନାହିଁ।” ଏହି ବୟାନରେ ପରିବାରର ଦୁଃଖ ଓ ପ୍ରଶାସନ ପ୍ରତି ଅଭିଯୋଗ ସ୍ପଷ୍ଟ ରୂପେ ପ୍ରକାଶ ପାଇଛି।

ପୁରୀରେ ଘଟିଥିବା ଏହି ଦଳାଚକଟା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ସୃଷ୍ଟି କରିଛି। ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ଭାବରେ ପୁରୀର ଉଭୟ ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି। ନୂତନ ଜିଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ସେହିପରି DCP ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ IAS ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ଏଥିସହ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri