ମୁଖ୍ୟମନ୍ତ୍ରୀ ନେଲେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲାପାଳ ଏସପି

ପୁରୀ,୨୯।୬: ପୁରୀରେ ଦଳାଚକଟା ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।

ବଡ଼ କାର୍ଯ୍ୟାନୁଷ୍ଠାନ  ଭାବରେ ପୁରୀର ଉଭୟ ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ  ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ପୂର୍ବରୁ ପୁରୀ ଏସପି ଭାବରେ ବିନୀତ ଅଗ୍ରୱାଲ ଓ ଜିଲ୍ଲାପାଳ ଭାବରେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କାର୍ଯ୍ଯ କରୁଥିଲେ  । ସେହିପରି DCP ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ IAS ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ଏଥିସହ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସକାଳୁ ସକାଳୁ ପୁରୀରେ ବଡ଼ ଅଘଟଣ, ୩ ଭକ୍ତଙ୍କ ମୃତ୍ୟୁ, ଅନେକ ଆହତ

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri