ମୁଖ୍ୟମନ୍ତ୍ରୀ ନେଲେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲାପାଳ ଏସପି

ପୁରୀ,୨୯।୬: ପୁରୀରେ ଦଳାଚକଟା ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।

ବଡ଼ କାର୍ଯ୍ୟାନୁଷ୍ଠାନ  ଭାବରେ ପୁରୀର ଉଭୟ ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ  ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ପୂର୍ବରୁ ପୁରୀ ଏସପି ଭାବରେ ବିନୀତ ଅଗ୍ରୱାଲ ଓ ଜିଲ୍ଲାପାଳ ଭାବରେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କାର୍ଯ୍ଯ କରୁଥିଲେ  । ସେହିପରି DCP ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ IAS ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ଏଥିସହ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସକାଳୁ ସକାଳୁ ପୁରୀରେ ବଡ଼ ଅଘଟଣ, ୩ ଭକ୍ତଙ୍କ ମୃତ୍ୟୁ, ଅନେକ ଆହତ

 


Enter your email to get our daily news in your inbox.

All Right Reserved By Dharitri.Com

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri