ପୁଣି ରତ୍ନଭଣ୍ଡାର ଖେଳ

ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କରାଯାଉ ଏବଂ ତା’ ଭିତରେ ଥିବା ମହାପ୍ରଭୁଙ୍କ ରତ୍ନ ସବୁ ଗଣତି ହେଉ। ଏନେଇ ବିଭିନ୍ନ ମହଲରୁ ଦାବି ହୋଇଆସୁଛି। ରତ୍ନଭଣ୍ଡାର ଚାବି ହଜିବା ପରେ ସମସ୍ତଙ୍କ ସନ୍ଦେହ ବଢ଼ିଥିବାରୁ ଏହି ଦାବି ଅଧିକ ଗୁରୁତ୍ୱବହନ କରୁଛି। ସମୟ ଗଡ଼ିଚାଲିଛି, ହେଲେ ରତ୍ନଭଣ୍ଡାର ଖୋଲିବା ନେଇ ସେଭଳି କୌଣସି ଅଗ୍ରଗତି ହୋଇନାହିଁ। ହାଇକୋର୍ଟରେ ବିଚାରାଧୀନ ଏ ସଂକ୍ରାନ୍ତ ମାମଲାରେ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ୬୦ ଦିନ ମଧ୍ୟରେ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୨୦୧୮ ଏପ୍ରିଲ ୪ରେ ରତ୍ନଭଣ୍ଡାରର ଭିତର କୋଠରି ଖୋଲିବା ଉଦ୍ୟମ ହୋଇଥିଲା। ହେଲେ ସେଥିରୁ କୌଣସି ସୁଫଳ ମିଳିପାରି ନ ଥିଲା। ତେଣୁ ଏବେକାର ରାୟ ପରେ କେଉଁଭଳି ପଦକ୍ଷେପ ନିଆଯିବ ସେନେଇ ସନ୍ଦେହ ଉପୁଜିଛି। କେତେକେ ଏହାକୁ ପୁଣି ଏକ ରତ୍ନଭଣ୍ଡାର ଖେଳ ବୋଲି କହିଲେଣି।

କଟକ,୩୦ା୯ (କାର୍ତ୍ତିକ ସାହୁ): ରତ୍ନଭଣ୍ଡାର ମରାମତି ଓ ରତ୍ନ ଗଣତି ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ନିମନ୍ତେ ରାଜ୍ୟ ସରକାରଙ୍କୁ ପତ୍ର ଲେଖିବାକୁ ରିଜୋଲୁଶନ ହୋଇଥିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ହାଇକୋର୍ଟ କିମ୍ବା ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ ହେବ ବୋଲି ସତ୍ୟପାଠରେ ଦର୍ଶାଯାଇଛି। ତେବେ ଶ୍ରୀମନ୍ଦିର ପରିଚାଳନା କମିଟି ରାଜ୍ୟ ସରକାରଙ୍କୁ ଏନେଇ ଅନୁରୋଧ କରିବା ଦିନଠାରୁ ଆରମ୍ଭ କରି ୬୦ ଦିନ ମଧ୍ୟରେ ଉଚ୍ଚସ୍ତରୀୟ କମିଟି ଗଠନ ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି। ଏହି ଉଚ୍ଚସ୍ତରୀୟ କମିଟି ରତ୍ନଭଣ୍ଡାର ରତ୍ନ ଗଣତିରେ ଶ୍ରୀମନ୍ଦିର ପରିଚାଳନା କମିଟିକୁ ସହାୟତା କରିବ। ମାତ୍ର ଉକ୍ତ ଉଚ୍ଚସ୍ତରୀୟ କମିଟି ରତ୍ନଭଣ୍ଡାର ଭିତର ପାର୍ଶ୍ୱ କାନ୍ଥ ମରାମତି ଓ ରତ୍ନ ଗଣନା ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଗତ ଅଗଷ୍ଟ ୪ ତାରିଖ ବୈଠକରେ ସୁପରିଣ୍ଟେଣ୍ଡିଂ ଆର୍କିଓଲୋଜିଷ୍ଟଙ୍କ ପରାମର୍ଶ କ୍ରମେ ହୋଇଥିବା ଯୋଜନାରେ କୌଣସି ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ହାଇକୋର୍ଟ ଆହୁରି କହିଛନ୍ତି, ଆମକୁ ଶ୍ରୀମନ୍ଦିର ପରିଚାଳନା କମିଟି ଉପରେ ରତ୍ନଭଣ୍ଡାର ପରିଚାଳନା ଓ ମରାମତି ସଂକ୍ରାନ୍ତରେ ବିଶ୍ୱାସ ରଖିବା ଉଚିତ୍‌। କୌଣସି ଜରୁରୀ କାର୍ଯ୍ୟର ଆବଶ୍ୟକତା ଥିଲେ ସୁପରିଣ୍ଟେଣ୍ଡିଂ ଆର୍କିଓଲୋଜିଷ୍ଟି ନିଶ୍ଚିତ ଭାବେ ଶ୍ରୀମନ୍ଦିର ପରିଚାଳନା କମିଟିକୁ ପରାମର୍ଶ ଦେବେ ବୋଲି ଆମ୍ଭେମାନେ ବିଶ୍ୱାସ କରୁ। ଏଥିସହ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ମିଳିତ ଭାବେ ସକ୍ରିୟ ସହଯୋଗ କରି ରତ୍ନଭଣ୍ଡାର ସଂରକ୍ଷଣ କରିବେ। ରାଜ୍ୟ ସରକାର ମଧ୍ୟ ଏହି କାର୍ଯ୍ୟର ଦକ୍ଷ ପରିଚାଳନା ନିମନ୍ତେ ଆଗେଇ ଆସିବେ ବୋଲି ହାଇକୋର୍ଟ ଆଶାବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଆବେଦନକାରୀ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରିଥିଲେ। ରତ୍ନଭଣ୍ଡାର ବିପଦସଙ୍କୁଳ ସ୍ଥିତିରେ ରହିଥିବାରୁ ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ଅଳଙ୍କାର ଗଣତି କରାଯାଉ ଏବଂ ରତ୍ନଭଣ୍ଡାରକୁ ତୁରନ୍ତ ଖୋଲି ମରାମତି କରାଯିବାକୁ ଆବେଦନକାରୀ ମହାନ୍ତି ପ୍ରାର୍ଥନା କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନ୍‌ଜୀବୀ ପୀତାମ୍ବର ଆଚାର୍ଯ୍ୟ ଓ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ, ଗୌତମ ମୁଖାର୍ଜୀ, ଡେପୁଟି ସଲିସିଟର ଜେନେରାଲ ଅଫ୍‌ ଇଣ୍ଡିଆ ପ୍ରସନ୍ନ କୁମାର ପାଢ଼ୀ ପ୍ରମୁଖ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri