ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛି। କେନ୍ଦ୍ରୀୟ ଅଧିକାରୀମାନେ ସିପସରୁବାଲି ଅଞ୍ଚଳ ବୁଲି ଦେଖିବା ସହ ଏ ସଂକ୍ରାନ୍ତ ନକ୍ସା ଓ କାଗଜପତ୍ର ଯାଞ୍ଚ କରିଛନ୍ତି। ଏହି ଟିମ୍‌ରେ ଶାନ୍ତନୁ ଫାଲନିକର, ବି. ବିନୋଦ କୁମାର ପିଲାଇ ଏବଂ ସୁଶୀଲ ବର୍ମା ସାମିଲ ଥିବାବେଳେ ଭୁବନେଶ୍ୱରର ୨ଜଣ ବିଭାଗୀୟ ଅଧିକାରୀ ରହିଥିଲେ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଡିଏଫ୍‌ଓ ପି. ରାମାସ୍ବାମୀ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଜିଲାପାଳ ସୂଚନା ଦେଇ କହିଛନ୍ତି, ପୂର୍ବାହ୍ନରେ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ସିପସରୁବାଲି ଅଞ୍ଚଳର ଭୌଗୋଳିକ ଅବସ୍ଥା, ବିମାନ ଉଡ଼ାଣ ଓ ଅବତରଣ ନିମନ୍ତେ ଆବଶ୍ୟକ ସ୍ଥାନ, ଯୋଗାଯୋଗ ବ୍ୟବସ୍ଥା, ଅର୍ଥନୈତିକ ପ୍ରଭାବ, ବାୟୁ ପ୍ରବାହ ଦିଗ ଆଦି ସମ୍ପର୍କରେ ଟିମ୍‌କୁ ସବିଶେଷ ତଥ୍ୟ ପ୍ରଦାନ କରାଯାଇଛି। ପରେ ଅପରାହ୍ନରେ ସର୍କିଟ୍‌ ହାଉସରେ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଜିଲା ପ୍ରଶାସନ ଆଲୋଚନା କରିଛି। ଦିଆଯାଇଥିବା ରିପୋର୍ଟକୁ ନେଇ ଉକ୍ତ ଟିମ୍‌ ଖୁସି ବ୍ୟକ୍ତ କରିଛି। ବିମାନ ବନ୍ଦର ପାଇଁ ସମ୍ପୃକ୍ତ ଅଞ୍ଚଳରେ ପ୍ରାୟ ୧୫ ଶହ ଏକର ଜାଗା ରହିଛି। ଆବଶ୍ୟକ ଅନୁଯାୟୀ ଜମି ଚିହ୍ନଟ କରାଯାଇ ଯୋଗାଇ ଦିଆଯିବ। ତେବେ ସରକାରୀ ଜମି ଅଧିଗ୍ରହଣ ହୋଇସାରିଛି। ସୂଚନାଯୋଗ୍ୟ, ପୁରୀକୁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ଆସୁଥିବାରୁ ସହର ନିକଟରେ ଏକ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠାର ଆବଶ୍ୟକତା ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟକୁ ଚିଠି ଲେଖିଥିଲେ। ଏହାର ନାମ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ରଖାଯିବା ପାଇଁ ମଧ୍ୟ ସେ ପ୍ରସ୍ତାବ ଦେଇଥିଲେ। ସେହି ଅନୁଯାୟୀ ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri