ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛି। କେନ୍ଦ୍ରୀୟ ଅଧିକାରୀମାନେ ସିପସରୁବାଲି ଅଞ୍ଚଳ ବୁଲି ଦେଖିବା ସହ ଏ ସଂକ୍ରାନ୍ତ ନକ୍ସା ଓ କାଗଜପତ୍ର ଯାଞ୍ଚ କରିଛନ୍ତି। ଏହି ଟିମ୍‌ରେ ଶାନ୍ତନୁ ଫାଲନିକର, ବି. ବିନୋଦ କୁମାର ପିଲାଇ ଏବଂ ସୁଶୀଲ ବର୍ମା ସାମିଲ ଥିବାବେଳେ ଭୁବନେଶ୍ୱରର ୨ଜଣ ବିଭାଗୀୟ ଅଧିକାରୀ ରହିଥିଲେ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଡିଏଫ୍‌ଓ ପି. ରାମାସ୍ବାମୀ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଜିଲାପାଳ ସୂଚନା ଦେଇ କହିଛନ୍ତି, ପୂର୍ବାହ୍ନରେ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ସିପସରୁବାଲି ଅଞ୍ଚଳର ଭୌଗୋଳିକ ଅବସ୍ଥା, ବିମାନ ଉଡ଼ାଣ ଓ ଅବତରଣ ନିମନ୍ତେ ଆବଶ୍ୟକ ସ୍ଥାନ, ଯୋଗାଯୋଗ ବ୍ୟବସ୍ଥା, ଅର୍ଥନୈତିକ ପ୍ରଭାବ, ବାୟୁ ପ୍ରବାହ ଦିଗ ଆଦି ସମ୍ପର୍କରେ ଟିମ୍‌କୁ ସବିଶେଷ ତଥ୍ୟ ପ୍ରଦାନ କରାଯାଇଛି। ପରେ ଅପରାହ୍ନରେ ସର୍କିଟ୍‌ ହାଉସରେ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଜିଲା ପ୍ରଶାସନ ଆଲୋଚନା କରିଛି। ଦିଆଯାଇଥିବା ରିପୋର୍ଟକୁ ନେଇ ଉକ୍ତ ଟିମ୍‌ ଖୁସି ବ୍ୟକ୍ତ କରିଛି। ବିମାନ ବନ୍ଦର ପାଇଁ ସମ୍ପୃକ୍ତ ଅଞ୍ଚଳରେ ପ୍ରାୟ ୧୫ ଶହ ଏକର ଜାଗା ରହିଛି। ଆବଶ୍ୟକ ଅନୁଯାୟୀ ଜମି ଚିହ୍ନଟ କରାଯାଇ ଯୋଗାଇ ଦିଆଯିବ। ତେବେ ସରକାରୀ ଜମି ଅଧିଗ୍ରହଣ ହୋଇସାରିଛି। ସୂଚନାଯୋଗ୍ୟ, ପୁରୀକୁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ଆସୁଥିବାରୁ ସହର ନିକଟରେ ଏକ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠାର ଆବଶ୍ୟକତା ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟକୁ ଚିଠି ଲେଖିଥିଲେ। ଏହାର ନାମ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ରଖାଯିବା ପାଇଁ ମଧ୍ୟ ସେ ପ୍ରସ୍ତାବ ଦେଇଥିଲେ। ସେହି ଅନୁଯାୟୀ ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?