ଓଡ଼ିଆ ପିଲାଙ୍କୁ ଉଦ୍ଧାର ଦାୟିତ୍ୱରେ ପୁରୀର ବୈଶାଳୀ

ପୁରୀ ଅଫିସ,୭।୩; ସମ୍ପ୍ରତି ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗିରହିଛି। ଏଭଳି ପରିସ୍ଥିତି ମଧ୍ୟରେ ୟୁକ୍ରେନ୍‌ ସମେତ ଏହାର ପଡ଼ୋଶୀ ଦେଶ ହଙ୍ଗେରୀ, ପୋଲାଣ୍ଡ, ରୋମାନିଆ ଓ ସ୍ଲୋଭାକିଆରେ ଓଡ଼ିଶାର ବହୁ ଛାତ୍ରୀଛାତ୍ର ଫସିରହିଛନ୍ତି। ସେମାନେ ସେଠାରେ ଭୟଭୀତ ଅବସ୍ଥାରେ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ରେ ପୁରୀ ସହରର ଝିଅ ତଥା ଜାତିସଂଘର ନୀତି ଅଧିକାରୀ (ପଲିସି ଅଫିସର) ବୈଶାଳୀ ମହାନ୍ତି ରହିଛନ୍ତି। ରାଜ୍ୟ ସରକାର ତାଙ୍କୁ ରୋମାନିଆରେ ସ୍ବତନ୍ତ୍ର ଦୂତ ଭାବେ ନିଯୁକ୍ତ କରିଛନ୍ତି। ସେ ସେଠାରୁ ଓଡ଼ିଶାର ପିଲାଙ୍କୁ ଫେରାଇ ଆଣିବା ଲାଗି ସମ୍ପୃକ୍ତ ସରକାରଙ୍କ ସହ ଯୋଗାଯୋଗ କରି ପଦକ୍ଷେପ ନେବେ। ଏ ନେଇ ଗତ ୩ ତାରିଖରେ ରାଜ୍ୟ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି। ଇତିମଧ୍ୟରେ ବୈଶାଳୀଙ୍କ ଉଦ୍ୟମ କ୍ରମେ ଓଡ଼ିଶାକୁ ଶତାଧିକ ଛାତ୍ରୀଛାତ୍ର ଫେରିଆସିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ବୈଶାଳୀ ହେଉଛନ୍ତି ପୁରୀ ବାସିନ୍ଦା ଇଂ. ରାଧା ବିନୋଦ ମହାନ୍ତି ଏବଂ ଜାତୀୟ ମହିଳା କମିଶନର ପୂର୍ବତନ ସଦସ୍ୟା ମାନସୀ ପ୍ରଧାନଙ୍କ ଝିଅ। ବୈଶାଳୀ ପୁରୀ ବ୍ଲେସ୍‌ ସାକ୍ରାମେଣ୍ଟ ସ୍କୁଲରେ ପଢା ଶେଷ କରିଥିଲେ। ପରେ କିଟ୍‌ ଇଣ୍ଟର ନ୍ୟାଶନାଲ୍‌ ସ୍କୁଲ୍‌ରେ ପଢିଥିଲେ। ଏହାପରେ ନୂଆଦିଲ୍ଲୀସ୍ଥିତ ଲେଡି ଶ୍ରୀରାମ କଲେଜ୍‌ରୁ ଗ୍ରାଜୁଏସନ୍‌ ଓ ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ଉଚ୍ଚଶିକ୍ଷା ସମାପ୍ତ କରିଥିଲେ। ଅକ୍ସଫୋର୍ଡରେ ପଢ଼ିବା ବେଳେ ୨୦୧୬ରେ ସେ ପ୍ରଥମ ଦକ୍ଷିଣ ଏସିଆ ନାଗରିକ ଭାବେ ହାଇପ୍ରୋଫାଇଲ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ ପାଇଥିଲେ। ୨୦୧୭ରେ ସେ ଜାତିସଂଘର ଅନ୍ତର୍ଜାତୀୟ ପ୍ରଶାସନିକ ସେବା ପାଇଁ ମନୋନୀତ ହୋଇଥିଲେ। ସମ୍ପ୍ରତି ସେ ଜାତିସଂଘର ରୋମ୍‌ସ୍ଥିତ ୟୁରୋପୀୟାନ ମୁଖ୍ୟାଳୟରେ ନୀତି ଅଧିକାରୀ ଭାବେ ଅବସ୍ଥାପିତ ଅଛନ୍ତି। ତାଙ୍କର ଅଭିଜ୍ଞତା ଯୋଗୁ ଆନ୍ତର୍ଜାତିକ ସ୍ତରରେ ଯୋଗାଯୋଗ ଓ କୂଟନୈତିକ ସମ୍ପର୍କ ସ୍ଥାପନରେ ସେ ସଫଳ ହେବେ ବୋଲି ରାଜ୍ୟ ସରକାର ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri