ରକ୍ତଦାନ କରି ଲୋକଙ୍କ ଜୀବନ ବଞ୍ଚାଉଛନ୍ତି ପୂର୍ଣ୍ଣଚନ୍ଦ୍ର

ଗଞ୍ଜାମ,୨୪।୧୦(ବିଦ୍ୟାଧର ସାହୁ):ଜାତୀୟ ସ୍ବଇଚ୍ଛୁକ ରକ୍ତଦାନ ଦିବସ ଅବସରରେ ଟ୍ରାନ୍ସଫ୍ୟୁଜନ ମେଡିସିନ ବିଭାଗ ଓ ଓଡିଶା ବ୍ଲଡ ସେଣ୍ଟର, ଏମକେସିଜି ମେଡିକାଲ କଲେଜ ତରଫରୁ ଏକ ଭବ୍ୟ ସମ୍ମାନ ସଭାର ଆୟୋଜନ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ ପ୍ରଫେସର ଡା. ସୁଚିତ୍ରା ଦାଶ, ଡିନ ଓ ପ୍ରିନ୍ସିପାଲ, ଏମକେସିଜି ମେଡିକାଲ କଲେଜ, ବ୍ରହ୍ମପୁର। ବିଶିଷ୍ଟ ଅତିଥି ଭାବେ ଥିଲେ ପ୍ରଫେସର ଡା. ଦୁର୍ଗାମଧବ ସତପଥୀ, ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଓ ଶ୍ରୀ ସଙ୍ଗ୍ରାମ ଶେଖର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ l ସମାଜ ପାଇଁ ନିରନ୍ତର ସେବା ଓ ସ୍ବଇଚ୍ଛୁକ ରକ୍ତଦାନର ମାଧ୍ୟମରେ ମାନବତା ସେବାର ଉଦାହରଣ ସୃଷ୍ଟି କରିଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ପ୍ରତିଷ୍ଠାତା ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କୁ ସମ୍ବର୍ଦ୍ଧନା ଦିଆ ଯିବା ସହ ସ୍ମୃତିଚିହ୍ନ ପ୍ରଦାନ କରାଯାଇଥିଲା। ସେ ନିଜ ଜୀବନରେ ସ୍ବଇଚ୍ଛୁକ ଭାବରେ ରକ୍ତଦାନ କରି ଅନେକ ଜୀବନକୁ ରକ୍ଷା କରିଆସୁଛନ୍ତି ଓ ନିରନ୍ତର ଭାବେ ଲୋକଙ୍କୁ ରକ୍ତଦାନ ପାଇଁ ପ୍ରେରିତ କରୁଛନ୍ତି। ସେ ନିଜ ବିଦ୍ୟାଳୟରେ ପିଲାମାନଙ୍କୁ ମାଗଣା ଶିକ୍ଷା ଦେଇ ମାନବତା ଓ ସେବାର ଦୃଷ୍ଟାନ୍ତ ସୃଷ୍ଟି କରିଛନ୍ତି। ଏହି ଅବସରରେ ଅନେକ ଡାକ୍ତର, ଛାତ୍ରୀଛାତ୍ର, ସମାଜସେବୀ ଓ ସ୍ବଇଚ୍ଛୁକ ରକ୍ତଦାତାମାନେ ଉପସ୍ଥିତ ହୋଇ ରକ୍ତଦାନର ମହତ୍ତ୍ୱ ଉପରେ ଆଲୋଚନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?