Posted inଖେଳ

ହେପ୍ଟାଥଲନରେ ପୂର୍ଣ୍ଣିମାଙ୍କୁ ରୌପ୍ୟ

ରାଞ୍ଚି,୧୯ା୫ (ପି.ଟି.): ଚଳିତ ଫେଡେରେଶନ କପ୍‌ ଆଥଲେଟକ୍ସ ଚାମ୍ପିୟନଶିପ୍‌ ହେପ୍ଟାଥଲନରେ ଓଡ଼ିଆ ଆଥଲେଟ ପୂର୍ଣ୍ଣିମା ହେମ୍ବ୍ରମ ରୌପ୍ୟ ପଦକ ହାସଲ କରିଛନ୍ତି। ପୂର୍ଣ୍ଣିମା ୫୧୨୮ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଷ୍ଟାର ହର୍ଡଲର ଜ୍ୟୋତି ୟାରାଜୀ ତାଙ୍କର ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଗୁରୁବାର ସେ ମହିଳା ୨୦୦ ମିଟର ରେସ୍‌ ଜିତିଛନ୍ତି। ତାଙ୍କ ବିଜୟ ଟାଇମିଂ ୨୩.୪୨ ସେକେଣ୍ଡ ରହିଥିଲା, ଯାହାକି ଆସନ୍ତା ଜୁଲାଇ ୧୨ରୁ ୧୬ ପର୍ଯ୍ୟନ୍ତ ହେବାକୁଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଲାଗି ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ପକ୍ଷରୁ ଧାର୍ଯ୍ୟ କ୍ୱାଲିଫାଇଙ୍ଗ ଟାଇମିଂ ୨୩.୫୦ ସେକେଣ୍ଡଠାରୁ ଉନ୍ନତ। ଏଏଫ୍‌ଆଇ ଦ୍ୱାରା ଗଠିତତ ସିଲେକ୍ସନ କମିଟି କଣ୍ଟିନେଣ୍ଟାଲ ଚାମ୍ପିୟନଶିପ୍‌ ପାଇଁ ଭାରତୀୟ ଦଳ ବାଛିବ। ଆନ୍ଧ୍ର ପ୍ରଦେଶରୁ ପ୍ରତିନିଧିତ୍ୱ କରୁଥିବା ଜ୍ୟୋତି ଦିନକ ପୂର୍ବରୁ ୧୨.୮୯ ସେକେଣ୍ଡ ଟାଇମିଂ ମହିଳା ୧୦୦ ମିଟର ହର୍ଡଲ୍ସରେ ମିଟ୍‌ ରେକର୍ଡ ସହ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଗୁରୁବାର ମହିଳା ୨୦୦ ମିଟର ହର୍ଡଲ୍ସରେ ତାମିଲନାଡୁର ଅର୍ଚ୍ଚନା ସୁଶିନ୍ଦ୍ରନ ୨୩.୬୧ ସେକେଣ୍ଡ ଟାଇମିଂରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଅନ୍ୟପକ୍ଷରେ ଆସାମର ଅମ୍ଳାନ ବର୍ଗୋହେନ୍‌ ୨୦.୮୩ ସେକେଣ୍ଡ ଟାଇମିଂରେ ପୁରୁଷ ୨୦୦ ମିଟର ରେସ୍‌ ଜିତିଛନ୍ତି, ଯାହାକି ଏଏଫ୍‌ଆଇର ଏସିଆନ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଟାଇମିଂ ୨୦.୬୧ ସେକେଣ୍ଡଠାରୁ କମ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri