Posted inଜାତୀୟ

ଖୁସି ଖବର: ୩ ଛୁଆଙ୍କୁ ଜନ୍ମଦେଲା ନାମିବ୍ୟାରୁ ଆସିଥିବା ଚିତା

ଭୋପାଳ,୩।୧: ମଧ୍ୟପ୍ରଦେଶର କୁନୋ ନ୍ୟାଶନାଲ ପାର୍କରେ ମହିଳା ଚିତା ତିନିଟି ଛୁଆ ଜନ୍ମ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରୋଜେକ୍ଟ ଚିତାଙ୍କ ସଫଳତା ବିଷୟରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସମସ୍ତ ଚିତା ଛୁଆ ଦୃଶ୍ୟମାନ ହେଉଛନ୍ତି। ଏହି ଭିଡିଓ ପୋଷ୍ଟ କରି ସେ ଲେଖିଛନ୍ତି, କୁନୋ ନ୍ୟାଶନାଲ ପାର୍କ ତିନିଜଣ ନୂତନ ସଦସ୍ୟଙ୍କୁ ସ୍ବାଗତ କରିଛି। ଏହି ଛୁଆମାନେ ନାମିବ୍ୟାର ଚିତା ଆଶାଠାରୁ ଜନ୍ମ ନେଇଛନ୍ତି।
କେନ୍ଦ୍ର ମନ୍ତ୍ରୀ ପ୍ରୋଜେକ୍ଟ ଚିତା ସହିତ ଜଡିତ କୁନୋ ୱାଇଲ୍ଡ ଲାଇଫର ସମସ୍ତ ବିଶେଷଜ୍ଞ ଏବଂ ଅଧିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାପୂର୍ବରୁ ମାର୍ଚ୍ଚ ୨୦୨୩ରେ ଜୱାଲା ନାମକ ଜଣେ ମହିଳା ଚିତା ଚାରି ଛୁଆ ଜନ୍ମ ଦେଇଥିଲେ, କିନ୍ତୁ ସେମାନଙ୍କ ମଧ୍ୟରୁ କେବଳ ଜଣେ ବଞ୍ଚିଥିଲା। ସେହି ଚିତାବାଘକୁ ନାମିବ୍ୟାରୁ କୁନୋ ଜାତୀୟ ପାର୍କକୁ ମଧ୍ୟ ଅଣାଯାଇଥିଲା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ବର୍ଷ ୧୭ ସେପ୍ଟେମ୍ବର ୨୦୨୨ରେ ମଧ୍ୟପ୍ରଦେଶର କୁନୋ ଜାତୀୟ ପାର୍କରେ ନାମିବ୍ୟାରୁ ଆଣିଥିବା ଚିତାକୁ ଛାଡିଥିଲେ ଏବଂ ଏହା ସହିତ ଦେଶରେ ଦେଶରେ ପ୍ରୋଜେକ୍ଟ ଚିତା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri