ପୁରୁଣା ଚେର

ଭୁବନେଶ୍ୱର,୧୫।୬(ବ୍ୟୁରୋ):  ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା। ସେଠାରେ ୩୦ଟି ନାମୀ କମ୍ପାନୀର ୩୯୨ ପ୍ରକାର ଏଲୋପାଥି ଓ ଆୟୁର୍ବେଦିକ ଔଷଧ ନକଲ ହେଉଥିବା ଜଣାପଡ଼ିଥିଲା, ଯାହାକି ରାଜ୍ୟରେ ଚହଳ ପକାଇଥିଲା। ଜୀବନ ରକ୍ଷାକାରୀ ଔଷଧ ନଁାରେ କିଭଳି ଠକେଇ ଚାଲିଥିଲା ଏବଂ ରାଜ୍ୟର କୋଣଅନୁକୋଣରେ ସେ ସବୁର ବହୁଳ ବିକ୍ରି ପାଇଁ ଯୋଜନାବଦ୍ଧ ର଼୍ୟାକେଟ୍‌ କିପରି କାର୍ଯ୍ୟ କରୁଥିଲା ତାହା କ୍ରମଶଃ ଜଣାପଡ଼ିଥିଲା। ଏହି ଘଟଣାରେ ବଲାଙ୍ଗୀର ଜିଲାର ତତ୍କାଳୀନ ଡ୍ରଗ୍ସ ଇନ୍ସପେକ୍ଟର ଏବଂ ନକଲି ଔଷଧ କାରବାରର କିଙ୍ଗପିନ୍‌ ଶଙ୍କରଲାଲ ଅଗ୍ରଓ୍ବାଲ, ତାଙ୍କ ପୁଅ ସମେତ ୫ଜଣଙ୍କୁ ଗିରଫ କରାଯାଇଥିଲା। ଏହାସହିତ ରାଜ୍ୟବ୍ୟାପୀ ଔଷଧ ଦୋକାନଗୁଡ଼ିକରେ ଚଢ଼ାଉ କରାଯାଇ ନମୁନା ସଂଗ୍ରହ କରାଯିବା ସହ କ୍ରାଇମବ୍ରାଞ୍ଚ୍‌ ଦ୍ୱାରା ତଦନ୍ତ କରାଯାଇଥିଲା। ତେବେ ସେହି ସମୟରେ ସବୁଠୁ ବଡ଼ ଚର୍ଚ୍ଚା ଥିଲା ନକଲି ଔଷଧ ବ୍ୟବସାୟୀ ଶଙ୍କରଲାଲ ଅଗ୍ରଓ୍ବାଲଙ୍କ ସହ ପଶ୍ଚିମାଞ୍ଚଳର ଜଣେ ତତ୍କାଳୀନ ମନ୍ତ୍ରୀଙ୍କ ସୁସମ୍ପର୍କ।

 


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri