ମାଛମୁଣ୍ଡ ପାଇଁ ଗଡିଥିଲା ମୁଣ୍ଡ, ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ଓଡିଶା ପୋଲିସ

ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଉପକଣ୍ଠ ପାଣ୍ଡିଆ ଛକ ନିକଟ ରୁଷିକୁଲ୍ୟା ନଦୀ ବ୍ରିଜ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ ଲୋକମାନ ସେଖ (୪୫)ଙ୍କ ହତ୍ୟା ମାମଲାରେ ପୁରୁଷୋତ୍ତମପୁର ପୋଲିସ ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତ ସୁନ୍ଦର ସେଖ (୨୮) ଓ କରିମ ସେଖ (୧୯)ଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦୁହେଁ ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲା ସମସରଗଞ୍ଜ ଥାନା ଅନ୍ତର୍ଗତ ଘନଶ୍ୟାମପୁର ଗ୍ରାମର।

ପୋଲିସ ସୂଚନା ଅନୁଯାୟୀ, ଗତ ୨୪ ଅଗଷ୍ଟରେ ଖାଇବା ସମୟରେ ମାଛ ତରକାରୀ ନେଇ ବିବାଦ ହୋଇଥିଲା। ଲୋକମାନ ମାଛର ମୁଣ୍ଡ ଖାଇବାକୁ ମନା କରିବାରୁ ଅଭିଯୁକ୍ତମାନେ ତାଙ୍କୁ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କରି ମୃତଦେହକୁ ପାଣ୍ଡିଆ ଛକ ନିକଟ ଲଟାବୁଦାରେ ଫୋପାଡ଼ି ଦେଇଥିଲେ। ପୋଲିସ ମୃତଦେହ ଜବତ କରି ବ୍ରହ୍ମପୁର ମେଡିକାଲରେ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିଲା।

ଥାନା ଆଇଆଇସି ରାଜେଶ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଏସଆଇ ଶୁଶାନ୍ତ ମିଶ୍ରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍‌ ପଶ୍ଚିମବଙ୍ଗର ଜାଙ୍ଗିପୁର କୋର୍ଟରେ ଅଭିଯୁକ୍ତଙ୍କୁ ହାଜର କରି ତିନି ଦିନିଆ ରିମାଣ୍ଡରେ ଆଣି ଜେରା କରିଥିଲେ। ଅଭିଯୁକ୍ତମାନେ ହତ୍ୟା କରିଥିବା ସ୍ୱୀକାର କରିଛନ୍ତି। ଏସଡିପିଓ ସୁଜିତ କୁମାର ନାୟକ ଓ ଆଇଆଇସି ଘଟଣାସ୍ଥଳ ପରିଦର୍ଶନ କରି ଏହାକୁ ସୁପରିକଳ୍ପିତ ହତ୍ୟା ବୋଲି ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?