ମାଛମୁଣ୍ଡ ପାଇଁ ଗଡିଥିଲା ମୁଣ୍ଡ, ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ଓଡିଶା ପୋଲିସ

ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଉପକଣ୍ଠ ପାଣ୍ଡିଆ ଛକ ନିକଟ ରୁଷିକୁଲ୍ୟା ନଦୀ ବ୍ରିଜ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ ଲୋକମାନ ସେଖ (୪୫)ଙ୍କ ହତ୍ୟା ମାମଲାରେ ପୁରୁଷୋତ୍ତମପୁର ପୋଲିସ ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତ ସୁନ୍ଦର ସେଖ (୨୮) ଓ କରିମ ସେଖ (୧୯)ଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦୁହେଁ ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲା ସମସରଗଞ୍ଜ ଥାନା ଅନ୍ତର୍ଗତ ଘନଶ୍ୟାମପୁର ଗ୍ରାମର।

ପୋଲିସ ସୂଚନା ଅନୁଯାୟୀ, ଗତ ୨୪ ଅଗଷ୍ଟରେ ଖାଇବା ସମୟରେ ମାଛ ତରକାରୀ ନେଇ ବିବାଦ ହୋଇଥିଲା। ଲୋକମାନ ମାଛର ମୁଣ୍ଡ ଖାଇବାକୁ ମନା କରିବାରୁ ଅଭିଯୁକ୍ତମାନେ ତାଙ୍କୁ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କରି ମୃତଦେହକୁ ପାଣ୍ଡିଆ ଛକ ନିକଟ ଲଟାବୁଦାରେ ଫୋପାଡ଼ି ଦେଇଥିଲେ। ପୋଲିସ ମୃତଦେହ ଜବତ କରି ବ୍ରହ୍ମପୁର ମେଡିକାଲରେ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିଲା।

ଥାନା ଆଇଆଇସି ରାଜେଶ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଏସଆଇ ଶୁଶାନ୍ତ ମିଶ୍ରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍‌ ପଶ୍ଚିମବଙ୍ଗର ଜାଙ୍ଗିପୁର କୋର୍ଟରେ ଅଭିଯୁକ୍ତଙ୍କୁ ହାଜର କରି ତିନି ଦିନିଆ ରିମାଣ୍ଡରେ ଆଣି ଜେରା କରିଥିଲେ। ଅଭିଯୁକ୍ତମାନେ ହତ୍ୟା କରିଥିବା ସ୍ୱୀକାର କରିଛନ୍ତି। ଏସଡିପିଓ ସୁଜିତ କୁମାର ନାୟକ ଓ ଆଇଆଇସି ଘଟଣାସ୍ଥଳ ପରିଦର୍ଶନ କରି ଏହାକୁ ସୁପରିକଳ୍ପିତ ହତ୍ୟା ବୋଲି ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?